www.samajalive.in
Thursday, December 11, 2025
18.1 C
Bhubaneswar

ଲଗାଣ ବର୍ଷାରେ ଭାଙ୍ଗିଲା ଘର; ନାବାଳକ ଗୁରୁତର

ଲାଞ୍ଜିଗଡ: ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି । ମାଟି ଘରର କାନ୍ଥ ଭାଙ୍ଗି ଉପରେ ପଡ଼ିଯିବାରୁ ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତ ମଧୁପୁର ଗାଁର ଭୀମ ନାଏକଙ୍କ ଚାରିବର୍ଷର ନାବାଳକର ବାମଗୋଡ଼ ଭାଙ୍ଗିଯାଇଛି । ଗରିବ ଦିନ ମଜୁରିଆ ଭୀମ ବଡ଼କଷ୍ଟରେ ପରିବାର ଚଳାଉଥିବା ବେଳେ ଆଜି ପର୍ଯ୍ୟନ୍ତ ସରକାରଙ୍କ ଯୋଜନାରେ ଘର ଖଣ୍ଡିଏ ମଧ୍ୟ ପାଇନାହାନ୍ତି । ଏବେ ତାଙ୍କ ମାଟିଘର ଲଗାଣ ବର୍ଷାରେ ଭାଙ୍ଗିଯିବାରୁ ଘରେ ଥିବା ନାବାଳକ ଉପରେ ପଡ଼ିଯିବାରୁ ବାମ ଗୋଡ଼ ଭାଙ୍ଗିଯାଇଛି । ତାକୁ ଗୁରୁତର ଭାବେ ଉଦ୍ଧାର କରି ପରିବାର ଲୋକେ ଚିକିତ୍ସା କରାଉଥିବା ଜଣାପଡ଼ିଛି । ତେବେ ଭୀମଙ୍କ ପରିବାରକୁ ତୁରନ୍ତ ସହାୟତା ଯୋଗାଇଦେବାକୁ ଦାବି ହେଉଛି ।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories