www.samajalive.in
Monday, December 15, 2025
14.1 C
Bhubaneswar

ନବରଙ୍ଗପୁରଠାରେ ସମ୍ମାନିତ ହେଲେ କଳାହାଣ୍ଡି ଜିଲ୍ଲାର ଦୁଇଜଣ ଶିକ୍ଷକ

ଲାଞ୍ଜିଗଡ: ନିଜର ଅସାଧାରଣ ଦକ୍ଷତା, ଛାତ୍ର ବତ୍ସଳତା ସହିତ ଶିକ୍ଷାନୁଷ୍ଠାନ ପରିଚାଳନାର କୁଶଳତାକୁ ଆଖି ଆଗରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ସ୍କୁଲ ସମୂହ ତରଫରୁ ନବରଙ୍ଗପୁରଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ସମାରୋହରେ ସାତଜଣ ଶିକ୍ଷକଙ୍କୁ ସମ୍ମାନିତ କରାଯାଇଛି। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ କଳାହାଣ୍ଡି, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାର ସ୍କୁଲ ସମୂହକୁ ନେଇ କଳାହାଣ୍ଡି ଶିକ୍ଷା ଜୋନ ଗଠିତ ହୋଇଥିବାବେଳେ ନବରଙ୍ଗପୁର ମିଶନଶକ୍ତି ସମ୍ମିଳନୀ କକ୍ଷଠାରେ ଜୋନସ୍ତରୀୟ ଶିକ୍ଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି।

କଳାହାଣ୍ଡି ଶିକ୍ଷା ଜିଲ୍ଲା ମଣ୍ଡଳାଧୀଶ କମଳାକାନ୍ତ ପ୍ରହରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାପାଳ କମଳଲୋଚନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରେଷ୍ଠ ବିବେଚିତ ସାତଜଣ ଶିକ୍ଷକଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମଧୁପୁରସ୍ଥିତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ବେଦବ୍ୟାସ ପ୍ରଧାନ ଓ ଥୁଆମୂଳ ରାମପୁର ବ୍ଲକ ବିଷମଗିରି ସ୍କୁଲର ଶିକ୍ଷକ ରାଜକୁମାର ଶୈଳଙ୍କୁ ସମ୍ମାନିତ କରାଯାଇଥିଲା।

- Advertisement -

ସୂଚନାଯୋଗ୍ୟ, ସାରା ରାଜ୍ୟରେ ଏକ ଆଦର୍ଶ ସ୍କୁଲର ମାନ୍ୟତା ପାଇଥିବା ମଧୁପୁର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ଶ୍ରୀ ପ୍ରଧାନ ଶିକ୍ଷକତା କରିବା ସହିତ ଜଣେ ଉଚ୍ଚକୋଟୀର କବି, ଲେଖକ, ପ୍ରାବନ୍ଧିକ, ସୁବକ୍ତା ଭାବେ ଖ୍ୟାତି ଅର୍ଜନ କରିଛନ୍ତି। ମଧୁପୁର ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ଛାତ୍ରୀମାନେ ପ୍ରତିବର୍ଷ ଲଗାତାର ଶତ ପ୍ରତିଶତ ସଫଳତା ପାଇବା ହେଉ କିମ୍ବା ବିଦ୍ୟାଳୟର ଛାତ୍ରୀମାନେ କ୍ରୀଡା ସମେତ ଅନ୍ୟାନ୍ୟ ବିଭାଗରେ ରାଜ୍ୟସ୍ତରୀୟ ସଫଳତା ଅର୍ଜନ କରିବା ପଛରେ ଶ୍ରୀ ପ୍ରଧାନଙ୍କ କର୍ତ୍ତବ୍ୟ ନିଷ୍ଠା ଓ ଦାୟିତ୍ୱବୋଧ ପ୍ରତିଫଳିତ ହୋଇଥାଏ। ନବରଙ୍ଗପୁରଠାରେ ଶ୍ରୀ ପ୍ରଧାନ ସମ୍ବର୍ଦ୍ଧିତ ହେବା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଥିବାବେଳେ ଅଭିଭାବକଙ୍କ ସମେତ ଅଞ୍ଚଳବାସୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories