www.samajalive.in
Sunday, December 7, 2025
23.1 C
Bhubaneswar

ବିବାହିତ ମହିଳାଙ୍କ ଆତ୍ମହତ୍ୟା

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ବନ୍ଧଗୁଡ଼ା ଗାଁରେ ଜଣେ ବିବାହିତ ମହିଳା ଗଛରେ ନିଜ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପୁଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ବନ୍ଧଗୁଡ଼ା ଗାଁର ରାଶି ମାଝୀଙ୍କ ଦ୍ବିତୀୟ ପତ୍ନୀ ରତନୀ ମାଝୀ ବେକରେ ନିଜର ପିନ୍ଧା ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଲାଞ୍ଜିଗଡ଼ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ଲାଞ୍ଜିଗଡ଼ ଥାନାଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ ତତ୍ତ୍ବାବଧାନରେ ଏସ୍ଆଇ ବିଳାସିନୀ ଭୋଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଥିଲେ। ଏହା ସହିତ ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି।

ସୂଚନାଯୋଗ୍ୟ, ଉଭୟ ରାଶି ମାଝୀ ଓ ମୃତ ରତନୀ ପୂର୍ବରୁ ଅଲଗା ଅଲଗା ବାହା ହୋଇଥିଲେ। ତେବେ ରାଶି, ରତନୀଙ୍କୁ ଦ୍ବିତୀୟ ବିବାହ କରିଥିବାବେଳେ ଆଜି କୌଣସି କାରଣରୁ ରତନୀ ବେକରେ ପିନ୍ଧା ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏ ନେଇ ଲାଞ୍ଜିଗଡ଼ ଥାନାରେ ୟୁଡି କେସ୍ ନଂ ୦୭/୨୦୨୨ରେ ଏକ ମାମଲା ରୁଜୁ ହୋଇଥିବାବେଳେ ତଦନ୍ତ ଜାରି ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories