www.samajalive.in
Saturday, December 6, 2025
23.1 C
Bhubaneswar

ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆୟୋଜିତ

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ସ୍ଥିତ ଡି.ଏ.ଭି. ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟରେ ୧୪ ଓ ୧୫ ଦୁଇଦିନ ବ୍ୟାପି ଶିଶୁଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।୧୪ ତାରିଖରେ ସମାରୋହର ଶୁଭାରମ୍ଭ ହୋଇଥିବା ବେଳେ ଆଜି କୁନିକୁନି ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ତା’ ସହିତ ବିଦ୍ୟାର୍ଥୀ ମାନଙ୍କ ଦ୍ଵାରା ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ, କଳା ଓ ହସ୍ତକଳାର ଉନ୍ନତମାନର ପ୍ରକଳ୍ପ ଗୁଡିକ ପ୍ରଦର୍ଶିତ ହୋଇଥିଲା। ଏହାକୁ ମୁଖ୍ୟ ଅତିଥି ଭାବେ ବେଦାନ୍ତ ଲିମିଟେଡର ସିିିଇଓ ଅନୁରାଗ ତିଵାରୀ, ସିଏଫଓ ବିକାଶ ବିନାନୀ ଏବଂ କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର ଉଦଘାଟନ କରିଥିଲେ। ଏହା ସହିତ ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଏକ ଖାଦ୍ୟ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା ଯାହା ସମଗ୍ର ଅଞ୍ଚଳବାସୀଙ୍କ ପାଇଁ ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟି ଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories