www.samajalive.in
Monday, December 8, 2025
20.1 C
Bhubaneswar

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

ଲାଞ୍ଜିଗଡ଼: ଜଣେ ୧୩ ବର୍ଷର ଆଦିବାସୀ ଝିଅକୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ପୋଖରୀ ବନ୍ଦ ପଞ୍ଚାୟତ ଅଞ୍ଚଳରେ। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୁଲିସ ଅଭିଯୁକ୍ତ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି ।

ପୁଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ଆଦିବାସୀ ଯୁବତୀ ନାଳକୁ ଗାଧୋଇବାକୁ ଯାଉଥିବା ବେଳେ ପୋଖରୀବନ୍ଧ ପଞ୍ଚାୟତ ପୋଢା ଉମେର ଗାଁର ମୋହନ ହରିଜନ(୩୫) ନାମକ ଜଣେ ଯୁବକ ନାବାଳିକା ଝିଅକୁ ଉଠାଇ ନେଇ ଦୁଷ୍କର୍ମ କରିଥିଲା। ଏନେଇ ଝିଅର ମାଆ ବିଶ୍ୱନାଥପୁର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତ ଯୁବକକୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀମାଇନା କରାଯାଇଛି। ପରେ ଅଭିଯୁକ୍ତ ଯୁବକକୁ କୋର୍ଟ ଚାଲାଣ କରାଯାଇଥିବା ବିଶ୍ୱନାଥପୁର ଥାନା ଅଧିକାରୀ ମମତା ହେମ୍ବ୍ରମ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଯୁବକ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories