www.samajalive.in
Monday, December 8, 2025
17.1 C
Bhubaneswar

ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ଦଳିଦେଲା ହାତୀ

ଲାଞ୍ଜିଗଡ଼: ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀପଲ ଦଳିଦେବାରୁ ଘଟଣାସ୍ଥଳରେ ହିଁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଲାଞ୍ଜିଗଡ଼ ବ୍ଲକ ବସନ୍ତପଡ଼ା ଗାଁର ବାଙ୍ଗରା ମାଝୀ(୫୪)। ସେ ଆଜି ସକାଳୁ ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀପଲଙ୍କ ହାବୁଡ଼ରେ ପଡ଼ିଥିଲେ। ହାତୀ ପଲ ଦଳିଦେବାରୁ ତାଙ୍କ ଶରୀର ସଂପୂର୍ଣ୍ଣ ଭାବେ ଖିନଭିନ ହୋଇଯାଇଛି। ଏ ସଂପର୍କରେ ଖବର ପାଇ ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ବନ ବିଭାଗର କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି। ମୃତ ବାଙ୍ଗରାଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କ ପରିବାରକୁ କ୍ଷତିପୂରଣ ରାଶି ଯୋଗାଇଦେବାକୁ ଦାବି ହେଉଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories