www.samajalive.in
Sunday, December 14, 2025
23.1 C
Bhubaneswar

ବିଶ୍ବନାଥପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଯୋଗ ଦେଇ ବ୍ଲକ ଅଞ୍ଚଳର ଜନସାଧାରଣଙ୍କ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ଏଇ ଅବସରରେ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ପ୍ରସାଦ ଗୁରୁ, ପିଏ ଆଇଟିଡିଏ ଟୁନୁ ମେହେର, ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ତହସିଲଦାର ମୁନୀନ୍ଦ୍ର ହୋନ୍ନାଗା, ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଏବିଡିଓ ବିଭୁତିଭୂଷଣ ଶତପଥୀ, ଜିଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକ ଗ୍ରହଣ କରିଥିଲେ।

ଏଥିରେ ସମୁଦାୟ ୧୦୬ ଗୋଟି ଅଭିଯୋଗ ପଞ୍ଜିକ୍ରୁତ ହୋଇଥିବାବେଳେ ୧୩ଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଛତ୍ରପୁର ପଞ୍ଚାୟତ ନଙ୍ଗଳବେଡ଼ା ଗାଁର କାଜଲ ପାତ୍ରଙ୍କୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ବ୍ଲକସ୍ତରୀୟ ବିଭିନ୍ନ ବିଭାଗର କର୍ମଚାରୀମାନେ ଶିବିର ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories