www.samajalive.in
Sunday, December 14, 2025
14.1 C
Bhubaneswar

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା; ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଲାଞ୍ଜିଗଡ଼: ଗୋଟିଏ ପରେ ଗୋଟିଏ ଲଘୁଚାପ ଯୋଗୁଁ ଲଗାଣ ବର୍ଷାରେ ପ୍ରବଳ ବେଗରେ ପାହାଡ଼ିଆ ବର୍ଷାଜଳ ପ୍ରବାହିତ ହେବାରୁ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଦନାରଗୁଡ଼ାରୁ ପୋଖେର ଗାଁକୁ ସଂଯୋଗ କରୁଥିବା ରାସ୍ତାଟି ବୁଧବାର ସଂପୂର୍ଣ୍ଣ ଭାବେ ଧୋଇଯାଇଛି। ଏଥିଯୋଗୁଁ ପୋଖେର, ସରଲାଞ୍ଜି, ଭାଲିଆପଦର ଓ ଡଙ୍ଗାମୁଣ୍ଡି ଗାଁର ୨୦୦ରୁ ଊର୍ଦ୍ଧ୍ବ ପରିବାର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛନ୍ତି। ଯାହାଫଳରେ ପଞ୍ଚାୟତ କାର୍ଯ୍ୟାଳୟ ବିଜେପୁର ସମେତ ବ୍ଲକ କାର୍ଯ୍ୟାଳୟ ବିଶ୍ବନାଥପୁର ଓ ନିକଟବର୍ତ୍ତୀ ସହର ଲାଞ୍ଜିଗଡ଼, କଲ୍ୟାଣସିଂହପୁରକୁ ମଧ୍ୟ ଯାତାୟତ ବାଧାପ୍ରାପ୍ତ ହୋଇଛି। ଏପରିକି କଳାହାଣ୍ଡି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ଭବାନୀପାଟଣା ଡିଭିଜନ ଦ୍ବାରା ଏହି ରାସ୍ତାକାମ ନିକଟରେ ଶେଷ ହୋଇଥିବାବେଳେ ଅତ୍ୟନ୍ତ ନିମ୍ନମାନର କାମ ଯୋଗୁଁ ରାସ୍ତା ଧୋଇଯାଇଥିବା ଅଭିଯୋଗ ହେଉଛି। ତେଣୁ କଳାହାଣ୍ଡି ଜିଲ୍ଲାପାଳ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ଦାବୀ ହେଉଛି।

Hot this week

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

Related Articles

Popular Categories