www.samajalive.in
Saturday, December 6, 2025
15.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସ ଉଦ୍‌ଘାଟିତ

ଲାଞ୍ଜିଗଡ଼ : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଧଅଁରାଭଟାରେ ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧିରେ ଆଜି ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି । ବିଦ୍ୟାଳୟରେ ଆଜି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀନିବାସର ଶୁଭାରମ୍ଭ ହୋଇଛି । ଏହି ଛାତ୍ରୀନିବାସ ସ୍ଥାପନ ଦ୍ୱାରା ବ୍ଲକର ଅନେକ ଦୂରଦୁରାନ୍ତରୁ ପାଠ ପଢିବାକୁ ଆସୁଥିବା ଛାତ୍ରୀମାନଙ୍କ ଯାତାୟତ ସମସ୍ୟାର ସମାଧାନ ହୋଇପାରିଛି । ଏହି ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷାଧିକାରୀ ନମିତାରାଣୀ ଭୋଇ ଯୋଗ ଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ତତେଶ୍ୱର ନାଏକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ବିଘ୍ନେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ । ସଭା ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୁଦୁରି ସୁଦାମା ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories