www.samajalive.in
Saturday, December 6, 2025
26.1 C
Bhubaneswar

ଲଗାଣ ବର୍ଷା ଯୋଗୁଁ ମାଟିଘର ଭୁଶୁଡ଼ି ଜଣେ ମୃତ

ଲାଞ୍ଜିଗଡ : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜନଜୀବନ ବେହାଲ ହୋଇପଡ଼ିଛି। ବୁଧବାର ବିଳମ୍ବିତ ରାତିରେ ବିଶ୍ବନାଥପୁର ଥାନା ଡୁମେରମୁଣ୍ଡା ଗାଁରେ ଏକ ମାଟିଘର ଭୁଶୁଡ଼ି ପଡ଼ିବାରୁ ଘର ତଳେ ଚାପି ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।
ସୂଚନାନୁଯାୟୀ, ଡୁମେରମୁଣ୍ଡା ଗାଁର ଋଷିମଣି ସାହୁ (୪୫ ବର୍ଷ) ନାମକ ଜଣେ ବ୍ୟକ୍ତି ଶୋଇଥିବା ବେଳେ ମାଟିଘର ତାଙ୍କ ଉପରେ ଭୁଶୁଡ଼ି ପଡ଼ିଥିଲା। ଫଳରେ ତଳେ ଚାପିହୋଇ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରତିନିଧି ପ୍ରଦୀପ କୁମାର ଘଡ଼େଇ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆଁ, ବିଶ୍ବନାଥପୁର ସରପଞ୍ଚ ସୁରଥ ମାଝୀ, ସମିତିସଭ୍ୟ ଅଜିତ ପ୍ରଧାନୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ବିଶ୍ବନାଥପୁର ପୁଲିସ ପକ୍ଷରୁ ଏଏସ୍ଆଇ ବୁଦ୍ଧେଶ୍ବର ମାଝୀ, ବୁଦ୍ଧିଶ୍ୟାମ ମାଝୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡ଼ିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories