www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟ ସ୍ତରୀୟ ତିରନ୍ଦାଜ ପ୍ରତିଯୋଗିତା, ଭାଗ ନେବେ କଳାହାଣ୍ଡିର ୨୪ ପ୍ରତିଯୋଗୀ

ଲାଞ୍ଜିଗଡ:ସୋନପୁର ଜିଲା ବୀରମହାରାଜ ପୁର ବ୍ଳକ ଗାୟତ୍ରୀ ସ୍କୁଲ ଖେଳ ପଡ଼ିଆଠାରେ ଅକ୍ଟୋବର ୨୭ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ରାଜ୍ୟ ସ୍ତରୀୟ ତିରନ୍ଦାଜ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଆଜି କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ଼ (ଏସଏସଡି)ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୨ ଜଣ ବାଳିକା ଓ ୧୨ ଜଣ ବାଳକ ମୋଟ ୨୪ ଜଣ ପ୍ରତିଯୋଗୀ ସୋନପୁର ଗସ୍ତ କରିଛନ୍ତି। କୋଚ୍ ସୀମାଞ୍ଚଜ କାଟ୍ରାକାଙ୍କ ନେତୃତ୍ୱରେ ଏହି ପ୍ରତିଯୋଗୀମାନେ ଗସ୍ତ କରିଥିବା ବେଳେ ଟିମ ମ୍ୟାନେଜର ଭାବେ ଗୋମତି ମାଝୀ ରହିଛନ୍ତି।ଶୀମାଞ୍ଚଜ ଲାଞ୍ଜିଗଡ ଏସଏସଡି ସ୍କୁଲରେ ବେଦାନ୍ତ ଆଲୁମିନା ଦ୍ବାରା ପରିଚାଳିତ ତିରନ୍ଦାଜ ପ୍ରଶିକ୍ଷଣ ଶିବିରରେ ତାଲିମ ଦାତା ଭାବେ କାର୍ଯ୍ୟ କରୁଛନ୍ତି। ଆଜି ସେମାନେ ରାଜ୍ୟ ସ୍ତର ପାଇଁ ଗସ୍ତ କରିଥିବା ବେଳେ ଜିଲା ଆଥଲେଟିକ୍ ଆସୋସିଏସନ୍ ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକ,ବେଦାନ୍ତ ଆଲୁମିନା ଡେପୁଟି ସିଇଓ ଗୋବିନ୍ଦ ଗୋପାଳ ପାଲ, ସିଏସଆର ମୁଖ୍ୟ ବିଭେଦେନ୍ଦୁ ପଣ୍ଡା, ଜିଲା କ୍ରୀଡା ଅଧିକାରୀ ରମେଶ ପାଢ଼ୀ,ଜିଲ୍ଲା ଆଥଲେଟିକ୍ ଏସୋସିଏସନ୍ ସହ ସମ୍ପାଦକ ସୁନିଲ କୁମାର ବେହେରା,ଜିଲ୍ଲା ଆଥଲେଟିକ୍ ଏସୋସିଏସନ୍ ପୂର୍ବ ଯୁଗ୍ମ ସମ୍ପାଦକ କାଳୀପ୍ରସାଦ ପଟନାୟକ,ଆଇପି ସଞ୍ଜୟ ମିଶ୍ର, ପୂର୍ବତନ ଆଇପି ମହେନ୍ଦ୍ର ପଣ୍ଡା,ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାଏ,ଲାଞ୍ଜିଗଡ ଏସଏସଡି ସ୍କୁଲ ପ୍ରଧାନ ଶିକ୍ଷକ ପାର୍ଥବ ତାଣ୍ଡି ,ବେଦାନ୍ତ ସିଏସଆର ଅଭିନଭ ପ୍ରତାପ,ଶ୍ରୀମୁଖ ଅଗସ୍ତି, ତଥା ଏସଏସଡି ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ତଥା ବେଦାନ୍ତ ଲିମିଟେଡ଼ କର୍ମଚାରୀ ମାନେ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ ସହ ସଫଳତା ପାଇଁ କାମନା କରିଛନ୍ତି।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories