www.samajalive.in
Sunday, December 7, 2025
23.1 C
Bhubaneswar

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିର

ଲାଞ୍ଜିଗଡ଼: ଓଡ଼ିଶା କୋଠାବାଡ଼ି ଏବଂ ଅନ୍ୟାନ୍ୟ ନିର୍ମାଣ କଲ୍ୟାଣ ବୋର୍ଡ ଓ କର୍ମଚାରୀ ରାଜ୍ୟ ବୀମା ନିଗମ ତଥା କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗର ମିଳିତ ଆନୁକୂଲ୍ୟରେ ବୁଧବାର ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରସ୍ଥିତ ଗୋପବନ୍ଧୁ ହାଇସ୍କୁଲ ପଡ଼ିଆରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗ ଦେଇଥିଲେ। ବିଶେଷ ଅତିଥି ଭାବେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ, ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ, ଜିଲ୍ଲା ସମନ୍ବୟ କମିଟି ସଭାପତି ଶିଶିର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ଶ୍ରମ ଅଧିକାରୀ ସୁବାସ ଚନ୍ଦ୍ର ମଣ୍ଡଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶ୍ବରଞ୍ଜନ ସାହା ସଭା ପରିଚାଳନା କରିଥିବାବେଳେ ଅତିରିକ୍ତ ଶ୍ରମ ଅଧିକାରୀ ଜିତମ ମାଝୀ, ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ଆଦିତ୍ୟ କୁମାର ସିଂହ, ପ୍ରମୋଦ ବେନିଆ, ସନ୍ୟାସୀ ପ୍ରଧାନ, ଅମରିବିକାଶ ନାଏକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ଲାଞ୍ଜିଗଡ଼ ବ୍ଲକର ୧୦୪୪ ଜଣ ନିର୍ମାଣ ଶ୍ରମିକଙ୍କୁ ୫ କୋଟି ୧୩ ଲକ୍ଷ ୬୯ ହଜାର ୨୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା। ସେଥିମଧ୍ୟରୁ ୩୧୯ଜଣଙ୍କୁ ପାଠପଢା ସହାୟତା, ୪୩୮ଜଣଙ୍କୁ ବିବାହ ସହାୟତା, ୧୧୩ ଜଣଙ୍କୁ ଅନ୍ତ୍ୟେଷ୍ଟିକ୍ରିୟା ସହାୟତା, ୧୫୧ ହିତାଧିକାରୀଙ୍କୁ ମୃତ୍ୟୁକାଳୀନ ସହାୟତା, ୨୩ଜଣଙ୍କୁ ପ୍ରସବକାଳୀନ ସହାୟତା ପ୍ରଦାନ କରାଯାଇଥିଲା। ସେହିପରି ୨୧୮ ଜଣ ହିତାଧିକାରୀଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିବାବେଳେ ୧୮୦ ଜଣ ନିର୍ମାଣ ଶ୍ରମିକଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories