www.samajalive.in
Saturday, December 6, 2025
26.1 C
Bhubaneswar

ମହିଳାଙ୍କ ଆତ୍ମହତ୍ୟା

ଲାଞ୍ଜିଗଡ଼: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା, ସିକେରକୁପା ଫାଣ୍ଡି ଅନ୍ତର୍ଗତ କାଉଗୁଡ଼ାଠାରେ ଜଣେ ବିବାହିତ ମହିଳା ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ମହିଳା ଜଣକ କାଉଗୁଡ଼ାର ବୁଦ୍ଧିମନ୍ତ ଗଉଡ଼ଙ୍କ ପତ୍ନୀ ସୁଶୀଳା ଗଉଡ଼। କୌଣସି କାରଣକୁ ନେଇ ସେ ନିଜଘରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଖବର ପାଇ ସିକେରକୁପା ଫାଣ୍ଡି ଅଧିକାରୀ ମୀନାରାଓ ଶବର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାର ଗୁରୁତ୍ବ ଦୃଷ୍ଟିରୁ ନର୍ଲା ଡିଏସପି ପ୍ରଦୋଷ ପ୍ରଧାନ, ଏସ୍ଆଇ କୃତ୍ତିବାସ ପୁଝାରୀ ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ସେହିପରି ତଦନ୍ତରେ ପୁଲିସ କର୍ମଚାରୀ ବିଶ୍ବନାଥ ମହଲା ସହଯୋଗ କରିଥିଲେ। ଏନେଇ କେସ୍ ନଂ ୧୧/ ୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories