www.samajalive.in
Thursday, December 11, 2025
18.1 C
Bhubaneswar

ଦାଦନ ଶ୍ରମିକଙ୍କ ଶୁଦ୍ଧିକ୍ରିୟାରେ ସାମିଲ ହେଲେ ଜନ ପ୍ରତିନିଧି

ଲାଞ୍ଜିଗଡ: ଦାଦନ ଖଟିବାକୁ ଯାଇଥିବାବେଳେ କେରଳରେ ମୃତ୍ୟୁ ଘଟିଥିବା କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଂଚାୟତ ସିନ୍ଧିପଦର ଗାଁର ସ୍ବର୍ଗତ ଟୁନା ସୁନାଙ୍କ ଆଜି ଦଶାହ ଶୁଦ୍ଧିକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ, ଜିଲ୍ଲା ଶ୍ରମ ବିଭାଗର ସହାୟତାରେ ତାଙ୍କର ଶବ ଗାଁକୁ ଫେରିଥିବାବେଳେ ଆଜି ଦଶାହ କାର୍ଯ୍ୟରେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଉପସ୍ଥିତ ରହି ଶୋକସନ୍ତପ୍ତ  ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ।
ସେହିପରି ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ନିର୍ଦ୍ଦେଶ କ୍ରମେ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା କାନକୁଟରୁ ସମିତିସଭ୍ୟ  ମନୋହର ହରପାଲ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ପାହାଡ଼ପଦର ସମିତିସଭ୍ୟ ଜଗଦୀଶ ବେନିଆ, ସମାଜସେବୀ ହରିଶଙ୍କର ପାତ୍ର, ପୂର୍ବତନ ସରପଞ୍ଚ ବିଷ୍ଣୁଚରଣ ଭୋଇ, ସମାଜସେବୀ ମୀନକେତନ ପରିଛା, ଲାଞ୍ଜିଗଡ ପ୍ରେସକ୍ଲବର ସଦସ୍ୟ ଧର୍ମେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ମୃତକଙ୍କ ପରିବାରକୁ ଆଶ୍ୱାସନା ଦେବା ସହିତ ସହାୟତାର ହାତ ବଢ଼ାଇଥିଲେ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories