www.samajalive.in
Saturday, December 6, 2025
14.1 C
Bhubaneswar

ଲାଞ୍ଜିଗଡରୋଡ ପଞ୍ଚାୟତରେ ଆମ ଓଡ଼ିଶା-ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଓ ଏହାର ପ୍ରଚାର, ପ୍ରସାର ପାଇଁ ଆରମ୍ଭ ହୋଇଛି ପଂଚାୟତ ସ୍ତରୀୟ ଆମ ଓଡିଶା-ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ରୋଡ଼ ପଂଚାୟତ ମୁଖ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ନେଇ ଆଜି ପଂଚାୟତ ଅଂଚଳବାସୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା। ଆଜିର ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ଜିଲ୍ଲା ପରିଷଦ ସଦସ୍ୟ ଅଞ୍ଜଳି ମାଝୀ, ପରୀକ୍ଷିତ ନାଏକ, ସମ୍ମାନିତ ଅତିଥି ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆ, ଲାଞ୍ଜିଗଡରୋଡ ପୂର୍ବତନ ସରପଞ୍ଚ ଟଙ୍କଧର ମାଝୀ, ପୂର୍ବତନ ସମିତିସଭ୍ୟ କନୌଜ ରାଉତ, ପୂର୍ବତନ ଜିପିଇଓ ସରୋଜ ପ୍ରଧାନ, ଏପିଓ ସଞ୍ଜିତ କୁମାର ପରିଡ଼ା, ସମାଜସେବୀ ଚନ୍ଦ୍ରଶେଖର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।
ସରପଞ୍ଚ ମମତା ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗୋପାଳଦାସ ମହାନନ୍ଦ ସଭା ପରିଚାଳନା କରିଥିଲେ। ସମସ୍ତ ୱାର୍ଡ ସଭ୍ୟ, ସଭ୍ୟାଙ୍କ ଉପସ୍ଥିତିରେ ପଂଚାୟତ ନିର୍ବାହୀ ଅଧିକାରୀ ଡମ୍ବରୁଧର ସେନାପତି, ଗ୍ରାମରୋଜଗାର ସେବକ ଧର୍ମରାଜ ବାଗ, ଯୋଗାଣ ସହାୟକ ନାରାୟଣ ପ୍ରସାଦ ନାୟକ, ଯୁବ ସାମ୍ବାଦିକ ନୀଲେଶ କୁମାର ନାଗଙ୍କ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ବୃନ୍ଦ, ଗାଁ ସାଥୀ, ସିଆରପି, ଅଙ୍ଗନବାଡ଼ି ଓ ଆଶା କର୍ମୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଅବସରରେ ୧୨ଗୋଟି ନୃତ୍ୟଦଳ ନୃତ୍ୟ ପରିବେଷଣ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories