www.samajalive.in
Saturday, December 6, 2025
23.1 C
Bhubaneswar

ଲାଞ୍ଜିଗଡ଼ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା ଶିବିର

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଳକ ଲାଞ୍ଜିଗଡ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଲାଞ୍ଜିଗଡ ହାଇସ୍କୁଲ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ଼ ସରପଞ୍ଚ ସରସ୍ଵତୀ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ ତହସିଲଦାର କିରଣ କୁମାର ମହାନ୍ତି ଯୋଗ ଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ଲାଞ୍ଜିଗଡ ଜୋନ-୨ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ,ସମ୍ମାନୀତ ଅତିଥି ଭାବେ ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ଲାଞ୍ଜିଗଡ ଆଞ୍ଚଳିକ ବିକାଶ ପରିଷଦ ସଭାପତି ଶ୍ରୀଧର ପେଶନିଆ, ଲାଞ୍ଜିଗଡ ପୂର୍ବତନ ସରପଞ୍ଚ ଚନ୍ଦ୍ରଧ୍ଵଜ ପେଶନିଆ,କଳାହାଣ୍ଡି ଜିଲ୍ଲା ସରପଞ୍ଚ ସଂଘ ସମ୍ପାଦକ ଦେବେନ୍ଦ୍ର ସା, ସମାଜସେବୀ ହରିଶଙ୍କର ପାତ୍ର, ସମିତି ସଭ୍ୟା ସୁମତି ମାଝୀ, ଲାଞ୍ଜିଗଡ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜମ୍ବେଶ୍ଵର ଭୋଇ, ଲାଞ୍ଜିଗଡ଼ ଏସଏସଡି ଉଚ୍ଚ ବିଦ୍ୟାଳୟ ଶିକ୍ଷକ ଜୟଲାଲ ଭୋଇ, ସମାଜସେବୀ ଅଶୋକ ପଟନାୟକ, ସମାଜସେବୀ ସୁବାସ ଅଗ୍ରୱାଲ, ଲାଞ୍ଜିଗଡ ପ୍ରେସ କ୍ଲବ ସଭାପତି କୈଳାଶ ସାହୁ, ପିଇଡବଲ୍ୟୁ ବରିଷ୍ଠ ଉପଦେଷ୍ଟା ସନ୍ତୋଷ କୁମାର ତୁଳ, ପ୍ରମୁଖ ମଞ୍ଚାସିନ ଥିଲେ।
ଏହି ଶିବିରରେ ଲାଞ୍ଜିଗଡ ପଞ୍ଚାୟତ ନିର୍ବାହୀ ଅଧିକାରୀ ଭୀଷ୍ମ ମେହେର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏଥିରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଉପରେ ଜନ ସଚେତନତା ସୃଷ୍ଟି କରାଯାଉଛି। ଏହି ଅବସରରେ ଉଦ୍ୟାନ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ଜଙ୍ଗଲ, ପ୍ରାଣୀସମ୍ପଦ, ବିଦ୍ୟୁତ ବିଭାଗର ଷ୍ଟଲମାନ ଖୋଲା ଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ବିଭିନ୍ନ ସ୍କୁଲ ଛାତ୍ର ଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ଶିବିରରେ ସୁଶୀଲ କୁମାର ବାଗ ମଞ୍ଚ ପରିଚାଳନା କରିଥିବା ବେଳେ ଶ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ଗ୍ରାମ ରୋଜଗାର ସେବକ ହସ୍ତ ରାମ ଶବର, ଯୋଗାଣ ସହାୟକ ରାଜେନ୍ଦ୍ର ମହାଖୁଡଙ୍କ ସମେତ ଏମବିକେ, ସିଆରପି ପ୍ରମୁଖ ସହଯୋଗ କରିଥିଲେ।

 

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories