www.samajalive.in
Sunday, November 16, 2025
15.1 C
Bhubaneswar

ପାହାଡ଼ପଦର ପଞ୍ଚାୟତରେ ଆମ ଓଡ଼ିଶା-ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ: ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ ଓ ଏହାର ପ୍ରଚାର, ପ୍ରସାର ପାଇଁ ଆରମ୍ଭ ହୋଇଛି ପଞ୍ଚାୟତସ୍ତରୀୟ ଆମ ଓଡିଶା-ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ । କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ  ଦୁର୍ଗମ  ଅଞ୍ଚଳ  ତ୍ରିଲୋଚନପୁର ପଞ୍ଚାୟତ ମୁଖ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ନେଇ ଆଜି ପଞ୍ଚାୟତ ଅଞ୍ଚଳବାସୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା। ଆଜିର ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ   କଳାହାଣ୍ଡି ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀ , ବିଶିଷ୍ଟ ଅତିଥି  ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ସହକାରୀ ଯନ୍ତ୍ରୀ ସାଲୁଖୁ ହେମ୍ରମ୍, ସମ୍ମାନିତ ଅତିଥି ଭାବରେ ଜିଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ, ଲାଞ୍ଜିଗଡ଼ ବ୍ଲକ  ସଭାପତି ହିମାଦ୍ରି ପେସନିଆ , ବତେଲିମା ସରପଞ୍ଚ କରୁଣା ମାଝୀ, ସରପଞ୍ଚ ସଂଘ ସଭାପତି ସାନ୍ଦ୍ରୁ ମାଝୀ, ନାଏବ ସରପଞ୍ଚ ବିନ୍ଦୁ  ଲତା  ବିଭାର,  ସମାଜସେବୀ ହରିଶଙ୍କର ପାତ୍ର, ଲାଞ୍ଜିଗଡ ପ୍ରେସ କ୍ଲବ ସଭାପତି କୈଳାସ ସାହୁ, ପିଇଡବ୍ଲ୍ୟୁ ମିଡ଼ିଆ ଆସୋସିଏସନ ସଭାପତି ନୀଲେଶ ନାଗ   ପ୍ରମୁଖ ଯୋଗଦେଇଥିଲେ।
ସରପଞ୍ଚ ଲକ୍ଷ୍ମୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପାହାଡ଼ପଦର ସମିତିସଭ୍ୟ ଜଗଦିଶ ବେନିଆ ସଭା ପରିଚାଳନା କରିଥିଲେ। ସମସ୍ତ ୱାର୍ଡ ସଭ୍ୟ, ସଭ୍ୟାଙ୍କ ଉପସ୍ଥିତିରେ ପଞ୍ଚାୟତ  ଗ୍ରାମ ରୋଜଗାର ସେବକ ଉଗ୍ରସେନ ବାଗ, ଯୋଗାଣ ସହାୟକ ଲିଙ୍ଗରାଜ ଦୁର୍ଗାଙ୍କ  ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ବୃନ୍ଦ, ଗାଁ ସାଥୀ, ଏମବିକେ, ସିଆରପି, ଅଙ୍ଗନବାଡ଼ି ଓ ଆଶା କର୍ମୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଅବସରରେ ୧୫ ଗୋଟି ନୃତ୍ୟଦଳ ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ଅତିଥିମାନେ ଆଜିର ଏହି କାର୍ଯ୍ୟକ୍ରମରେ ଖୋଲିଥିବା ବିଭିନ୍ନ ବିଭାଗର ଷ୍ଟଲ ପରିଦର୍ଶନ କରିଥିଲେ।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories