www.samajalive.in
Saturday, December 6, 2025
16.1 C
Bhubaneswar

ଲାଞ୍ଜିଗଡ଼ ପୁଲିସର ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ

ଲାଞ୍ଜିଗଡ: କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ପୁଲିସ ପକ୍ଷରୁ ସମ୍ବେଦନଶୀଳ ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଛି। ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଲାଞ୍ଜିଗଡ ସହର ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ୍ କରାଯାଉଛି । ଲାଞ୍ଜିଗଡ ଥାନାଧିକାରୀ ବିଜୟଲକ୍ଷ୍ମୀ ହିକକାଙ୍କ ନେତୃତ୍ବରେ ତ୍ରିଲୋଚନପୁର ସିଆରପିଏଫର ୨ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବଳ ସହିତ ଏଏସଆଇ ଏଲ ଆର ସେଠୀ, ଏଏସଆଇ ସ୍ଵର୍ଣ୍ଣଲତା ଗମାଙ୍ଗଙ୍କ ସମେତ ଥାନା ପୁଲିସ କର୍ମଚାରୀମାନେ ଏହି ଫ୍ଲାଗ ମାର୍ଚ୍ଚରେ ସାମିଲ ହୋଇଥିଲେ । ଆଗାମୀ ମେ’ ମାସ ୧୩ ତାରିଖରେ ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀରେ ଉଭୟ ଲୋକସଭା ଓ ବିଧାନସଭା ପାଇଁ ଭୋଟଗ୍ରହଣ ହେବ । ନିର୍ବାଚନ ସମୟରେ ଓ ପୂର୍ବରୁ ଆଦର୍ଶ ଆଚରଣବିଧି ପାଳନ ଏବଂ ଆଇନ ଶୃଙ୍ଖଳା ରକ୍ଷା କରିବା ଓ ଲୋକଙ୍କ ମନରୁ ଭୟ ଦୂର କରି ପୁଲିସ ଉପରେ ଆସ୍ଥା ପ୍ରତିଷ୍ଠା ଉଦେଶ୍ୟରେ ଏହି ଫ୍ଲାଗମାର୍ଚ୍ଚ କରାଯାଉଛି ବୋଲି ଥାନାଧିକାରୀ ବିଜୟଲକ୍ଷ୍ମୀ ହିକକା ପ୍ରକାଶ କରିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories