www.samajalive.in
Saturday, December 6, 2025
19.1 C
Bhubaneswar

ଶ୍ୱଶୁର ଘରେ ଜ୍ୱାଇଁର ଆତ୍ମହତ୍ୟା ଅଭିଯୋଗ, ୪୨ ଘଣ୍ଟା ପରେ ମୃତଦେହ ଉଦ୍ଧାର

ଲାଞ୍ଜିଗଡ଼: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେନଗାଁ ପଞ୍ଚାୟତ ସରପଦର ଗାଁର ଜଣେ ଯୁବକ ଯୁଗି ମାଝୀ(୩୦) ନିଜ ଶ୍ୱଶୁର ଘର ଭବାନୀପାଟଣା ସଦର ବ୍ଲକ ଯୁଗସାଇପାଟଣା ପଞ୍ଚାୟତ ସଲପାଙ୍ଗ ଗାଁରେ ନିଜ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ତେବେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। କିନ୍ତୁ ପ୍ରାୟ ୪୨ଘଣ୍ଟା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ସତ୍କାର କରିଥିବା ସୂଚନା ମିଳିଛି।

ଖବର ଅନୁଯାୟୀ, ଲାଞ୍ଜିଗଡ଼ ବ୍ଲକ ବେନଗାଁ ପଞ୍ଚାୟତ ସରପଦର ଗାଁର ଯୁଗି ମାଝୀ ୪ ବର୍ଷ ତଳେ ଯୁଗସାଇପାଟଣା ପଞ୍ଚାୟତ ସଲପାଙ୍ଗ ଗାଁର ବାହାଡ଼ା ମାଝୀଙ୍କ ଝିଅକୁ ବାହା ହୋଇଥିଲେ। ନିଜ ସ୍ତ୍ରୀ, ୩ ପୁଅ ଓ ଗୋଟିଏ ଝିଅ ସହିତ ସେ ନିଜ ଶ୍ୱଶୁର ଘରେ ରହି ଆସୁଥିଲେ। ବୁଧବାର ରାତିରୁ ସେ ଘରକୁ ଫେରି ନଥିବାବେଳେ ଗୁରୁବାର ସକାଳେ ଗାଁରୁ କିଛି ଦୂରରେ ଥିବା ଏକ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। ତେବେ ବିଳମ୍ବରେ ପୁଲିସ ପହଞ୍ଚିବା ସହିତ ମୃତଦେହ ଜବତ କରି ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି। ବିଜେପୁର ଓ ସଦର ଥାନା ପକ୍ଷରୁ ଏହାର ତଦନ୍ତ କରାଯାଉଥିବାବେଳେ ସଦର ଥାନାରେ ଏନେଇ ମାମଲା ରୁଜୁ ହୋଇଥିବା ଜଣାପଡିଛି। ତେବେ ଯୁଗିଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ଏନେଇ ତଦନ୍ତ କରିବାକୁ ପରିବାର ଲୋକେ ଦାବି କରିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories