www.samajalive.in
Sunday, December 7, 2025
26.1 C
Bhubaneswar

ଅଜଣା ଗାଡି ଧକ୍କାରେ ବାଇକ୍ ଯୁବକଙ୍କ ମୃତ୍ୟୁ

ଲାଞ୍ଜିଗଡ଼:କଳାହାଣ୍ଡି ଜିଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ପୋଖରୀବନ୍ଧ ନିକଟସ୍ଥ ବେନିପୋଖରୀ ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡୁରୀ ପ୍ରଞ୍ଚାୟତର କାର୍କଟା ଗାଁର କୁଳମଣି ପାତ୍ରଙ୍କ ପୁତ୍ର ମଧୂସୁଦନ ପାତ୍ର(୩୦) ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ମୃତକ ଜଣକ ଆଜି ରାୟଗଡ଼ା ଜିଲା ଅମ୍ବୋଦୋଳା ପଟୁ କୌଣସି କାମସାରି ଘରକୁ ଫେରୁଥିବା ବେଳେ ବିନେପୋଖରୀ ପେଟ୍ରୋଲପମ୍ପ ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେବା ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଗାଡିଟି ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ପଳାଇ ଯାଇଥିଲା। ମଧୁସୂଦନ ଗୁରୁତର ଭାବେ ମୁଖ୍ୟ ରାସ୍ତା ଉପରେ ପଡି ରହିଥିବା ଦେଖି ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ।
କିନ୍ତୁ ଆମ୍ବୁଲାନ୍ସ ଆସିବା ବିଳମ୍ବ ଯୋଗୁଁ ତାଙ୍କୁ ଏକ ଘରୋଇ କାରରେ ବିଶ୍ୱନାଥ ପୁର ଡାକ୍ତରଖାନାରେ ନେଇ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।
ବିଶ୍ୱନାଥପୁର ପୁଲିସ ଡାକ୍ତରଖାନା ଆସି ମୃତଦେହ ଜବତ କରିବା ସହ  ଏକ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ବ୍ୟବଚ୍ଛେଦ ପରେ ମୃତଦେହକୁ ପୁଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ମଧୁସୂଦନଙ୍କ ମୃତ ଦେହ ଗାଁରେ ପହଞ୍ଚିବା ପରେ ଏକ ଶୋକାକୁଳ ପରିବେଶ ଦେଖା ଦେଇଥିଲା।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories