www.samajalive.in
Saturday, December 6, 2025
16.1 C
Bhubaneswar

ଗଛରୁ ପଡି ଯୁବକଙ୍କ ମୃତ୍ୟୁ

ଲାଞ୍ଜିଗଡ : ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ବାତେରଲିମା ପଞ୍ଚାୟତ ଟୁରିଗୁଡା ଗାଁର ଜଣେ ଯୁବକ ଗଛରୁ ପଡି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ବାତେରଲୀମା ପଞ୍ଚାୟତ ଟୁରୀଗୁଡା ଗ୍ରାମର ଲଛମନ ମାଝୀ ଅପରାହ୍ନରେ ପଣସ ଗଛରୁ ପଣସ ତୋଳୁଥିବା ବେଳେ ଗଛରୁ ଗୋଡ ଖସିଯିବାରୁ ତଳେ ପଡ଼ିଯାଇଥିଲେ। ଘଟଣାସ୍ଥଳରୁ ଉଦ୍ଧାର କରି ପରିବାର ଲୋକେ ଆମ୍ବୁଲାନ୍ସ ଯୋଗେ ବିଶ୍ଵନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଲଛମନ ମାଝୀଙ୍କ ରାତିରେ ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି।

ଦେଖନ୍ତୁ ଭିଡିଓ ; ଗାଡି ଚଲାଇବା ପୂର୍ବରୁ ସାବଧାନ, ଥାଇପାରେ ସାପ..

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories