www.samajalive.in
Sunday, December 7, 2025
23.1 C
Bhubaneswar

ଅଜଣା ଗାଡି ଧକ୍କାରେ ପୂର୍ବତନ ସମିତିସଭ୍ୟଙ୍କ ମୃତ୍ୟୁ

ଲାଞ୍ଜିଗଡ : କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଥିବା ବେଳେ ପ୍ରତିଦିନ ଦୁର୍ଘଟଣା ଘଟି ବ୍ୟାପକ ଧନଜୀବନ ହାନି ହେଉଛି। ସନ୍ଧ୍ୟାରେ ଏହି ରାସ୍ତାର ଛତିକୁଡା ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ଅଭିମନ୍ୟୁ ମୁଣ୍ଡାଙ୍କ ମୃତ୍ୟୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଖୁସି ଖବର ; ଜୁଲାଇରୁ ଶସ୍ତା ହୋଇପାରେ ଏସବୁ ଜରୁରୀ ଔଷଧର ଦାମ୍..

- Advertisement -

ସୂଚନାନୁସାରେ, ଅଭିମନ୍ୟୁ କୌଣସି କାମରେ ଭବାନୀପାଟଣା ଯାଇ ସନ୍ଧ୍ୟାରେ ନିଜର ବାଇକରେ ଫେରୁଥିବା ବେଳେ ଛତିକୁଡା ଛକ ନିକଟସ୍ଥ ତାରିଣୀ ଢ଼ାବା ସାମ୍ନାରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଏହି ଧକ୍କାରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ଖବର ପାଇ ନର୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories