www.samajalive.in
Saturday, December 6, 2025
16.1 C
Bhubaneswar

ବିଶ୍ୱନାଥପୁରଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି

ଲାଞ୍ଜିଗଡ : ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଲାଞ୍ଜିଗଡ ବ୍ଲକର ୨୬ଗୋଟି ଗ୍ରାମପଞ୍ଚାୟତ ଅଞ୍ଚଳର ଶତାଧିକ ଜନସାଧାରଣ ଯୋଗଦେଇ ନିଜ ନିଜର ଅଭିଯୋଗ ଦାଖଲ କରିଥିଲେ।
ନିର୍ବାଚନ ପରେ ପ୍ରଥମ ଥର ପାଇଁ ଅଭିଯୋଗ ଶୁଣାଣି ହେଉଥିବାରୁ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା। ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ, ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ୱଜିତ ଦାସ, ପିଏ ଆଇଟିଡିଏ ରାମକୃଷ୍ଣ ଗଣ୍ଡ, କେସିଙ୍ଗା ପୁଲିସ ଉପଖଣ୍ଡ ଅଧିକାରୀ ବିନୋଦ ପାଟିଲ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବିଡିଓ ଶଶାଙ୍କ ପାତ୍ର, ତହସିଲଦାର କିରଣ କୁମାର ମହାନ୍ତି ପ୍ରମୁଖ ମଞ୍ଚାସୀନ ଥିଲେ। ଆଜି ଜିଲ୍ଲାପାଳଙ୍କ ଦ୍ୱାରା ୧୭୮ରୁ ଉର୍ଦ୍ଧ୍ଵ ଅଭିଯୋଗ ଗ୍ରହଣ ସହିତ ଶୁଣାଣି କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଦାୟିତ୍ୱ ତୁଲାଇଥିଲେ।

ଗୁଳି ଫୁଟାଇ ଦିବାଲୋକରେ ୧୨ ଲକ୍ଷ ଲୁଟ୍

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories