ଲାଞ୍ଜିଗଡ: କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ଆଜି ଲାଞ୍ଜିଗଡ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଲୋକକଳା ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ଏହି ଉତ୍ସବର ଉଦଘାଟନୀ ସମାରୋହରେ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁଢଳଦେବ ମୁଣ୍ଡ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଲକ୍ଷ୍ମୀପ୍ରିୟା ମୁଦୁଲି, ଭାରତଭୂଷଣ ସାହୁ, ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦ୍ରୋଣ ରଣା, ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ପଦ୍ମଲୋଚନ ସୁନା, ବିଶ୍ୱନାଥପୁର ସରପଞ୍ଚ ସୁରଥ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ପୂର୍ବତନ କ୍ଳଷ୍ଟର ସଂଯୋଜକ ତଥା ବରିଷ୍ଠ ଶିକ୍ଷକ ତପନ କୁମାର ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଏହା ପରେପରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା। ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ସମ୍ମାନିତ ଅତିଥି ଭାବେ ହରିଶଙ୍କର ପାତ୍ର, ଅବସରପ୍ରାପ୍ତ ଶିକ୍ଷକ ନଗେନ୍ଦ୍ର ପଟ୍ଟନାୟକଙ୍କ ସମେତ ଅନ୍ୟ ଅତିଥିମାନେ ମଂଚାସୀନ ଥିଲେ। ସଭା କାର୍ଯ୍ୟକ୍ରମକୁ ଶ୍ରୀ ଭୋଇ ପରିଚାଳନା କରିଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶିକ୍ଷକ ଲଳିତ କୁମାର ଭୋଇ ପରିଚାଳନା କରିଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ବ୍ଲକର ୧୩ଗୋଟି କ୍ଳଷ୍ଟର ଅଞ୍ଚଳର ଶତାଧିକ ଛାତ୍ରଛାତ୍ରୀଙ୍କ ସହିତ ଶିକ୍ଷକ ଶିକ୍ଷୟିତ୍ରୀ ଓ ବହୁ ସଂଖ୍ୟାରେ ଅଭିଭାବକ ମାନେ ଉପସ୍ଥିତ ଥିଲେ।



