www.samajalive.in
Friday, December 5, 2025
26.1 C
Bhubaneswar

ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବିରେ ବିଇଓଙ୍କୁ ଦାବିପତ୍ର

ଲାଞ୍ଜିଗଡ଼ :  କିଛିଦିନ ତଳେ ବିଶ୍ବନାଥପୁରଠାରେ ଜଣେ ଶିକ୍ଷୟିତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିବା ଘଟଣାରେ ସମ୍ପୃକ୍ତ ଶିକ୍ଷକଙ୍କୁ ଜେଲ୍ ଯିବାକୁ ପଡ଼ିଛି । ତେବେ ଘଟଣାକୁ ନେଇ ବିଶ୍ବନାଥପୁର ଅଞ୍ଚଳବାସୀ ବେଶ୍ ପ୍ରତିକ୍ରିୟାଶୀଳ ହୋଇ ଉଠିଛନ୍ତି । ଏପରିକି ଦୋଷୀ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ବ୍ଲକର ଏଭଳି ଦୁର୍ନୀତି ଓ ଅନିୟମିତତା ତଥା ନକଲି ସାର୍ଟିଫିକେଟ୍ ଦେଇଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ନେବାକୁ ଦାବି କରି ଆଜି ଲାଞ୍ଜିଗଡ଼ ବ୍ଲକ ଶିକ୍ଷାଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । କଳାହାଣ୍ଡି ଲୋକସଭା ସାଂସଦଙ୍କ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ, ଲାଞ୍ଜିଗଡ଼ ବ୍ଲକ କଂଗ୍ରେସ ସଭାପତି ହରିହର କୁମାରଙ୍କ  ନେତୃତ୍ବରେ ଏକ ପ୍ରତିନିଧି ଦଳ ଆଜି ଲାଞ୍ଜିଗଡ଼ ବ୍ଲକ ଶିକ୍ଷାଧିକାରୀ ସଞ୍ଜୀବ କୁମାର ନାଏକଙ୍କୁ ସାକ୍ଷାତ କରି ଏନେଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏହା ସହିତ ଗୋଟିଏ ସ୍କୁଲରେ ଦୀର୍ଘ ଦିନ ଧରି ରହିଥିବା ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ରୋଟେସନ୍ ଅନୁଯାୟୀ ବଦଳି କରାଯିବାକୁ ସେମାନେ ଦାବି କରିଛନ୍ତି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories