www.samajalive.in
Monday, December 15, 2025
17.1 C
Bhubaneswar

କଳାହାଣ୍ଡି-ରାୟଗଡ଼ା ସୀମାନ୍ତ ଝିଗିଡିରେ ପିକଅପ୍ ଓଲଟି ୧୮ ଗୁରୁତର

ଲାଞ୍ଜିଗଡ – କଳାହାଣ୍ଡି-ରାୟଗଡ଼ା ସୀମାନ୍ତ ଝିଗିଡିରେ ପିକଅପ୍ ଓଲଟି ୧୮ ଗୁରୁତର ହୋଇଥିବା ସୂଚନା । ଜଣେ ଠିକାଦାରଙ୍କ ପାଇଁ ନୀଳଗିରି ଗଛ କାଟିବାକୁ ଶୁକ୍ରବାର ସନ୍ଧ୍ୟାରେ ଏକ ପିକଅପ୍ ଭ୍ୟାନ୍ ଯୋଗେ ରାୟଗଡା ଜିଲ୍ଲା ଦହିଖାଲକୁ ଏମାନ ଯାଉଥିଲେ ।

କଳାହାଣ୍ଡି-ରାୟଗଡା ସୀମାନ୍ତ ଝିଗିଡିରେ ଭ୍ୟାନଟି ଓଲଟି ପଡିବାରୁ ଏଥିରେ ବସିଥିବା ୧୮ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ଅନ୍ୟ ୮ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଆହତ ସମସ୍ତ ଶ୍ରମିକ ଲାଞ୍ଜିଗଡ ବ୍ଲକ ପୋଖରୀବନ୍ଧ ପଞ୍ଚାୟତର ଜାରେଙ୍ଗପଟା, ଇରକୁଲି ଓ ବରାଘାଟି ଗାଁର । ଗୁରୁତର ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଲାଞ୍ଜିଗଡ ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ କରି ଦୁର୍ଘଟଣାର ଶିକାର ହୋଇଥିବା ଶ୍ରମିକମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ସେମାନଙ୍କ ଚିକିତ୍ସା ବ୍ୟବସ୍ଥା ସଂପର୍କରେ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories