www.samajalive.in
Saturday, December 6, 2025
15.1 C
Bhubaneswar

ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ଶେଷ ଦିନ

ନୂଆଦିଲ୍ଲୀ:  ଆଜି ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଲୋକସଭା ଆସନ ସହ ମଣିପୁର ବାହାର ଲୋକସଭା ନିର୍ବାଚନ ମଣ୍ଡଳୀର ଅବଶିଷ୍ଟ ଅଂଶରେ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟରେ ମଣିପୁର ବାହାର ନିର୍ବାଚନ ମଣ୍ଡଳୀର ଏକ ଭାଗରେ ମତଦାନ ହେବ। ଏହି ଦ୍ୱିତୀୟ ପର୍ଯ୍ୟାୟରେ କେରଳର ୨୦ଟି, କର୍ଣ୍ଣାଟକର ୧୪ଟି, ରାଜସ୍ଥାନର ୧୩ଟି, ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ରର ୮ଟି ଲେଖାଏଁ ଆସନ, ମଧ୍ୟପ୍ରଦେଶର ୭ଟି, ଆସାମ ଓ ବିହାରର ୫ଟି ଲେଖାଏଁ ଆସନ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ୩ଟି ଲେଖାଏଁ ଆସନ ଏବଂ ମଣିପୁର, ତ୍ରିପୁରା ଓ ଜମ୍ମୁ-କଶ୍ମୀରର ଗୋଟିଏ ଲେଖାଏଁ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟ ପାଇଁ ଏପ୍ରିଲ ୨୬ ତାରିଖରେ ମତଦାନ ହେବ। ଜମ୍ମୁ-କଶ୍ମୀର ବ୍ୟତୀତ ଏପ୍ରିଲ ୫ ତାରିଖରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଜମ୍ମୁ-କଶ୍ମୀରରେ ଏପ୍ରିଲ ୬ ତାରିଖରେ ଏହି ଯାଞ୍ଚ ହେବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories