www.samajalive.in
Sunday, December 7, 2025
13.1 C
Bhubaneswar

ସଂଧ୍ୟା ସାଢ଼େ ୬ଟାରେ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ: ପରଲୋକରେ ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକର । ଆଜି ୯୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସଂଧ୍ୟା ସାଢ଼େ ୬ଟାରେ ଲତା ମଙ୍ଗେସକରଙ୍କ ଅନ୍ତିମ ସଂସ୍କାର କରାଯିବ । ଅପରାହ୍ଣ ୩ ଯାଏ ଲତାଙ୍କ ଶେଷ ଦଶନ କରାଯିବା ନେଇ ବ୍ୟବସ୍ଥା କରାଯାଇଛି। ଅପରାହ୍ଣ ୪ଟାରୁ ୬ଯାଏ ଅନ୍ତିମ ଯାତ୍ରା ହେବ । ଶିବାଜୀ ପାର୍କରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଲତାଙ୍କ ଶେଷକୃତ୍ୟ କରାଯିବ । ଲତାଙ୍କ ପରଲୋକ ଖବର ସାରା ଦେଶରେ ଶୋକାକୁଳ ସୃଷ୍ଟି କରିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ, କେନ୍ଦ୍ର ପରିବହନମନ୍ତ୍ରୀ ଓ ବହୁ ବରିଷ୍ଠ ବ୍ୟକ୍ତି ଶେକ ବ୍ୟକ୍ତି କରିଛନ୍ତି । ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କ ପରଲୋକ ଖବର ଜାଣିବା ପରେ ଟ୍ୱିଟ୍‍ ମାଧ୍ୟମରେ ଶେକ ପ୍ରକାଶ କରିଛନ୍ତି । ତାଙ୍କର ପରଲୋକ ବଲିଉଡ ଜଗତ ପାଇଁ ଏକ ବଡ଼ ଶୂନ୍ୟସ୍ଥାନ ପୂରଣ କରିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories