www.samajalive.in
Sunday, December 7, 2025
23.1 C
Bhubaneswar

ଅଭୟ ପାଢ଼ୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡଃ ପି. କେ. ମିଶ୍ରଙ୍କ ଶୋକ

ପ୍ରସାର ଭାରତୀର ପୂର୍ବତନ ବରିଷ୍ଠ ଅଧିକାରୀ ଓ ସୁସାହିତ୍ୟିକ ଅଭୟ ପାଢ଼ୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡଃ ପି. କେ. ମିଶ୍ର ଶୋକ ପ୍ରକାଶ କରିଛନ୍ତି। ଡଃ ମିଶ୍ର କହିଛନ୍ତି, “ବିଶ୍ୱାସ କରି ହେଉ ନାହିଁ ଯେ, ଅଭୟ ପାଢ଼ୀ ଆଉ ନାହାନ୍ତି। ମାତ୍ର ତିନି ଚାରି ସପ୍ତାହ ଆଗରୁ ସେ ମୋ ସହିତ କଥା ହୋଇଥିଲେ। କଲେଜ ପଢ଼ା ସମୟରୁ ମୋର ତାଙ୍କ ସହିତ ବନ୍ଧୁତା। କଳା, ସଂସ୍କୃତି ଓ ସାହିତ୍ୟରେ ତାଙ୍କର ଗଭୀର ରୂଚି ଥିଲା। ସେ ଅତ୍ୟନ୍ତ ସ୍ପଷ୍ଟ ଓ ଅମାୟିକ ସ୍ୱଭାବର ଥିଲେ। କଲେଜ ପଢ଼ା ବେଳର କୌଣସି ଆଲୋଚନା ବା ତର୍କ ପ୍ରସଙ୍ଗ ହେଉ ବା ଆକାଶବାଣୀ (ପରେ ପ୍ରସାର ଭାରତୀ)ରେ ବୃତିଗତ ଜୀବନଚର୍ଯ୍ୟା ଏବଂ ସାହିତ୍ୟ ଓ ସାମାଜିକ ଚିନ୍ତନ ସବୁଥିରେ ସେ ସାରଗର୍ଭକ କଥାମାନ କହୁଥିଲେ।

ତାଙ୍କର ଆକସ୍ମିକ ବିୟୋଗ ଯୋଗୁଁ ବିଶେଷକରି ଓଡିଶାର ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତାଙ୍କର ପରିବାର ଓ ବନ୍ଧୁମାନଙ୍କ ପାଇଁ ଏହା ଏକ ବିରାଟ କ୍ଷତି କହିଲେ ଅତ୍ୟୁକ୍ତି ହେବ ନାହିଁ। ସମସ୍ତଙ୍କୁ ମୋର ଗଭୀର ସମବେଦନା”।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories