www.samajalive.in
Saturday, December 6, 2025
15.1 C
Bhubaneswar

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି ଓ ଗଣତି ମଣତି କାମ: ଆଇନ ମନ୍ତ୍ରୀ

ଭୁବନେଶ୍ଵର: ରତ୍ନଭଣ୍ଡାର ମରାମତି ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଜାନୁଆରୀ ୩୧ ତାରିଖ ସୁଦ୍ଧା ରତ୍ନଭଣ୍ଡାର ମରାମତି ଓ ଗଣତି ମଣତି କାର୍ଯ୍ୟ ଶେଷ ହେବ।  ଦିନେ ଦୁଇ ଦିନ ମଧ୍ୟରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ।  ରତ୍ନଭଣ୍ଡାର ମଧ୍ୟରେ କିଛି ଧାତବ ଦ୍ରବ୍ୟ ଥିବାର ପରିକଳ୍ପନା ଥିଲା, ହେଲେ ସେମିତି କିଛି ନାହିଁ। ଜିପିଏସ୍ ରିପୋର୍ଟ ରେ ଅନ୍ୟ କିଛି ସୁଡଙ୍ଗ ନଥିବା ସ୍ପଷ୍ଟ ହୋଇଛି। ଏବେ ୨ୟ ପର୍ଯ୍ୟାୟରେ ଛତିଶା ନିଯୋଗ ସହ ମନ୍ଦିର ପ୍ରଶାସନର ଆଲୋଚନା ସରିଛି । ଆଜି ସିଡ୍ୟୁଲ ଦାଖଲ କରିବ ଏଏସ୍‌ଆଇ। ଭିତର ସଫା କରାଯାଇ ଦିନେ କି ଦୁଇ ଦିନ ମଧ୍ୟରେ ମରାମତି କାମ ଆରମ୍ଭ ହେବ। ମରାମତି କାମ ସରିଲେ ଅସ୍ଥାୟୀ ରତ୍ନଭଣ୍ଡାରରୁ ଅଳଙ୍କାର ଭିତରକୁ ଯିବ। ଏହାପରେ ସୁରକ୍ଷିତ ପରିବେଶ ଓ ପରିସ୍ଥିତିରେ ଗଣତି ମଣତି ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories