www.samajalive.in
Saturday, December 6, 2025
17.1 C
Bhubaneswar

ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ

ସମାଜ ଡିଜିଟାଲ ଡେସ୍କ: ୨୦୨୫ରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ। ଏନେଇ ରାଜ୍ୟ ଆଇନ ଓ ପୂର୍ତ୍ତ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବର ମାସର ପ୍ରଥମ ସପ୍ତାହରେ ଅନୁଷ୍ଠିତ ହୋଇଥାଏ। ହେଲେ ନୂଆ ସରକାର ଆସିବା ପରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ପର୍ଯ୍ୟାପ୍ତ ସମୟ ମିଳିନାହିଁ। ନିର୍ବାଚନ ନେଇ ଏବର୍ଷ ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ପ୍ରସ୍ତୁତି ହେବ। ଏବର୍ଷ ସମସ୍ତ ପ୍ରସ୍ତୁତି କରାଯାଇ ଆସନ୍ତା ବର୍ଷ ନିର୍ବାଚନ କରାଯିବାକୁ ନିଷ୍ପତ୍ତି ହୋଇସାରିଛି। ଯାଜପୁର ଜିଲା ବଡଚଣା ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀଙ୍କଏଭଳି ବୟାନ ପରେ ରାଜ୍ୟରେ ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ହେବା ନେଇ ଧୀରେ ଧୀରେ ଆଶା ଉଜ୍ଜଳ ହୋଇଛି। ଦୀର୍ଘ ୬ବର୍ଷ ହେବ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡିକଳେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories