www.samajalive.in
Monday, December 8, 2025
27.1 C
Bhubaneswar

କଲେଜ ପରିସରରେ ଆଇନ ଛାତ୍ରୀଙ୍କୁ ଦୁଷ୍କର୍ମ

ସମାଜ ଡିଜିଟାଲ ଡେସ୍କ: ଆରଜି କର ମେଡିକାଲ ଭିତରେ ଜଣେ ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଥରେ ଚର୍ଚ୍ଚାକୁ ଆସିଛି କଲକାତା। ଏଥର ଜଣେ ଆଇନ ଛାତ୍ରୀ ନିଜ କଲେଜ ପରିସରରେ ଦୁଷ୍କର୍ମର ଶିକାର ହୋଇଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ସମେତ ୩ ଜଣଙ୍କୁ ପୁଲିସ ଗିରଫ କରିଛି। ଅନ୍ୟ ଦୁଇ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଛାତ୍ର ଏବଂ ଅନ୍ୟ ଜଣେ କଲେଜର କର୍ମଚାରୀ ରହିଛନ୍ତି। ଏ ନେଇ ପୀଡ଼ିତାଙ୍କ ପକ୍ଷରୁ ଥାନାରେ ଏକ ଏତଲା ଦିଆଯାଇଛି।

ସୂଚନାଯୋଗ୍ୟ, ୨୦୨୪ ଅଗଷ୍ଟ ୯ ତାରିଖରେ ଆରଜି କର ମେଡିକାଲରେ ଜଣେ ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ସମଗ୍ର ପଶ୍ଚିମବଙ୍ଗରେ ଉତ୍ତେଜନା ପ୍ରକାଶ ପାଇଥିଲା। ସଞ୍ଜୟ ନାମକ ଜଣେ ସୁରକ୍ଷା କର୍ମୀ ଏହି ଜଘନ୍ୟ କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଥିଲା।

Hot this week

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

Related Articles

Popular Categories