www.samajalive.in
Sunday, December 14, 2025
18.1 C
Bhubaneswar

୧୭ରୁ ୨୬ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଝାରସୁଗୁଡ଼ା : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି କରି ଆସନ୍ତା ୧୭ରୁ ୨୬ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ଓକିଲମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ। ରବିବାର ଝାରସୁଗୁଡ଼ାଠାରେ ଅନୁଷ୍ଠିତ ସିଏସି ବୈଠକରେ ଏହି ନିଷ୍ପତ୍ତି ନିଅଯାଇଛି। ପ୍ରଧାନମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ଅବସରରେ ତାଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯିବା ପାଇଁ ବୈଠକରେ ସ୍ଥିର କରାଯାଇଛି। ପ୍ରଧାନମନ୍ତ୍ରୀ ସମୟ ନ ଦିଅନ୍ତି କେନ୍ଦ୍ର ମନ୍ତ୍ରୀଙ୍କୁ ଏହି ସ୍ମାରକପତ୍ର ପ୍ରଦାନ କରାଯିବ।

ଅନ୍ୟ ପକ୍ଷରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଘୋଷଣା ଦାବିରେ ସମ୍ବଲପୁର ଜିଲା ଓକିଲ ସଂଘ ଶୁକ୍ରବାର ପୃଥକ ପୃଥକ ତିନିଟି ଚିଠି କେନ୍ଦ୍ର ଆଇନମନ୍ତ୍ରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିକଟକୁ ଚିଠି ପଠାଯାଇଛି। ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ ହୋଇଛି ବୋଲି ଜିଲା ଓକିଲ ସଂଘ ସଭାପତି ବିଜିତେନ୍ଦ୍ରୀୟ ପ୍ରଧାନ କହିଛନ୍ତି।
ଜିଲା ଓକିଲ ସଂଘ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବା ସହ ରାଜ୍ୟ ସରକାରଙ୍କ ଏକ ବିଶେଷଜ୍ଞ ଦଳ ଶୀଘ୍ର କେନ୍ଦ୍ର ସରକାରଙ୍କ ପାଖକୁ ଯାଇ ବେଞ୍ଚ ପ୍ରତିଷ୍ଠାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ଦିଗରେ ଆଲୋଚନା କରନ୍ତୁ। ଏ ସଂକ୍ରାନ୍ତରେ ହାଇକୋର୍ଟ ମୁଖ୍ୟ ବିଚାରପତି କେନ୍ଦ୍ର ସରକାରଙ୍କୁ ନିଜ ମତ ଜଣାଇବା ପାଇଁ ଅନୁରୋଧ କରାଯାଇଛି। କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କ ପାଖକୁ ଦିଆଯାଇଥିବା ଚିଠିରେ ଉଲ୍ଲେଖ ଅଛି ଯେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ତିନି ଥର କେନ୍ଦ୍ର ସରକାରଙ୍କୁ ସୁପାରିଶ କରି ସାରିଲେଣି। କିନ୍ତୁ କେନ୍ଦ୍ର ଏ ଦିଗରେ ଉଦାସୀନ ଥିବାରୁ କୌଣସି ସକାରାତ୍ମକ ଫଳ ମିଳି ନାହିଁ। କେନ୍ଦ୍ର ସରକାର ହାଇକୋର୍ଟଙ୍କଠାରୁ ମତ ଲୋଡ଼ିଥିଲେ ମଧ୍ୟ ତାହା ମିଳିନାର୍ହି। କେନ୍ଦ୍ର ସରକାର ସଂସଦର ପରବର୍ତ୍ତୀ ଅଧିବେଶନରେ ସ୍ୱତନ୍ତ୍ର ଆଇନ ପ୍ରଣୟନ କରି ଶୀଘ୍ର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ଦିଗରେ ପଦକ୍ଷେପ ନିଅନ୍ତୁ ବୋଲି ସଂଘ ଚିଠିରେ ଅନୁରୋଧ କରିଛି। କେନ୍ଦ୍ର ଆଇନମନ୍ତ୍ରୀ ସିଏସିକୁ ପୁଣି ଥରେ ଆଲୋଚନା କରିବାକୁ ସମୟ ଦେବାକୁ ସମ୍ବଲପୁର ବାର ଚିଠିରେ ଅନୁରୋଧ କରିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories