ପୁଲିସ-ଆଇନଜୀବୀ ବିବାଦ ପ୍ରସଙ୍ଗ ; ବୁଧବାର ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ

0

କଟକ : ଜଣେ ଆଇନଜୀବୀଙ୍କୁ ପୁଲିସ ମାଡ଼ ମାରିବା ଘଟଣାର ପ୍ରତିବାଦ କରି ୨୯ତାରିଖରୁ ହାଇକୋର୍ଟ ବାର ଆସୋସିଏସନ ସମେତ ନିମ୍ନ ଅଦାଲତ ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସୋମବାର ଷଷ୍ଠ ଦିନରେ ପହଞ୍ଚିଛି। ଦୋଷୀ ପୁଲିସ କର୍ମଚାରୀଙ୍କୁ ଗିରଫ କରାନଯିବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁରହିବ ବୋଲି ହାଇକୋର୍ଟ ବାର ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବୁଧବାର ସାଧାରଣ ପରିଷଦ ବୈଠକରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ହାଇକୋର୍ଟ ବାର ଆସୋସିଏସନ ସମ୍ପାଦକ ସତ୍ୟବ୍ରତ ମହାନ୍ତି ସୂଚନା ଦେଇଛନ୍ତି। ଆଇନଜୀବୀଙ୍କ କାର୍ଯ୍ୟ ବନ୍ଦ ଫଳରେ କୌଣସି ଅଦାଲତରେ ଶୁଣାଣି ହୋଇପାରୁନାହି। ହାଇକୋର୍ଟ ବାର ଆସୋସିଏସନ ସଭାପତି ଶ୍ରୀକାନ୍ତ କୁମାର ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ସମ୍ପାଦକ ସତ୍ୟବ୍ରତ ମହାନ୍ତି, ଉପସଭାପତି ବଂଶୀଧର ଶତପଥୀ, ଯୁଗ୍ମ ସମ୍ପାଦକ ରଞ୍ଜନ ନାୟକ, ପ୍ରଦୀପକୁମାର ମହାନ୍ତି, ସୁରେଶକୁମାର ଜେନା, ସୁଲୋଚନା ପାତ୍ର, ପୃଥିବୀ ରାଜ, ସୁମିତଶେଖର ପଟ୍ଟନାୟକ, ସରୋଜକାନ୍ତ ମଣ୍ଡଳ, ଅଧିରାଜ ମହାନ୍ତି, ମଳୟରଞ୍ଜନ ବେହେରା, ବୀଣାପାଣି ତ୍ରିପାଠୀ, ଶିଶିର ଚନ୍ଦ୍ର ଦାଶ, ସତ୍ୟନାରାୟଣ ମିଶ୍ର ଓ କଟକ ବାର ଆସୋସିଏସନ ସଭାପତି ଉମାକାନ୍ତ ନନ୍ଦ, ଉପ ସଭାପତି କୃପାସିନ୍ଧୁ ସାହୁ, ସଂପାଦକ ନରେଶ ଚନ୍ଦ୍ର ଜେନା, କ୍ରିମିନାଲ କୋର୍ଟ ବାର ଆସୋସିଏସନ ସଭାପତି ଅକ୍ଷୟ କୁମାର ପତି ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୨୮ତାରିଖରେ ଏକ ସଡ଼କ ଦୁର୍ଘଟଣାକୁ ନେଇ ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କ ସହ ପୁଲିସର ଯୁକ୍ତିତର୍କ ହୋଇଥିଲା।

Leave A Reply