www.samajalive.in
Monday, December 8, 2025
27.1 C
Bhubaneswar

୧୨ରୁ ଦକ୍ଷିଣାଞ୍ଚଳର ୬ଟି ଜିଲାରେ ଗଡ଼ିବ ‘ଲକ୍ଷ୍ମୀ’ ବସ୍

୩ ‘ଏସ୍‌’ ଉପରେ ଗୁରୁତ୍ବ, ଯାତ୍ରୀଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ ପରାମର୍ଶ

ଭୁବନେଶ୍ବର  : ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ସୋମବାର ‘ଲକ୍ଷ୍ମୀ’ ଯୋଜନାର ବସ୍‌ କର୍ମଚାରୀଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜରଙ୍କ ସମେତ ମିଶାଇ ୬୫୦ କର୍ମଚାରୀ ଯୋଗ ଦେଇଥିଲେ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ। ଏହି ଜିଲାଗୁଡ଼ିକ ହେଲା- ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ। ଆସନ୍ତା ୧୨ ତାରିଖ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ। ଲକ୍ଷ୍ମୀ ଯୋଜନାରେ ବସ୍‌ଗୁଡ଼ିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି।
କର୍ମଚାରୀମାନଙ୍କୁ ସମ୍ବୋଧନ କରି ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ କହିଲେ ଯେ, ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ୍।
ଏହି ବସ୍‌ ଯୋଜନାରେ ଛୋଟ ପିଲାଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ୍ ଶକ୍ତି ମା’ମାନେ ଉପକୃତ ହେବେ। ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ। ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା’ ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟାତ କରିବା ସହଜ ହେବ। ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ। ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ। ବସ୍‌ର କର୍ମଚାରୀ ଯାତ୍ରୀଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିରେ ସେ ୩ ‘ଏସ୍‌’ ଉପରେ ଗୁରୁତ୍ବ ଦେଇଥିେଲ। ଏହି ତିନୋଟି ‘ଏସ୍‌’ ହେଲା- ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟାତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ। ଆଲୋଚନା ପରେ ସମସ୍ତ କର୍ମଚାରୀ ୫-ଟି ସଚିବଙ୍କୁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ପରିବହନ ବିଭାଗ ସ୍ବତନ୍ତ୍ର ସଚିବ ମନୋଜ ମିଶ୍ର, ଓଏସ୍‌ଆରଟିସି ସିଏମ୍‌ଡି ଦୀପ୍ତେଶ ପଟ୍ଟନାୟକ ଉପସ୍ଥିତ ଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories