www.samajalive.in
Saturday, December 6, 2025
16.1 C
Bhubaneswar

ମା ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ: ଯୋଗଦେଲେ ଛତ୍ରପୁର ବିଧାୟକ

ଛତ୍ରପୁର:  ଛତ୍ରପୁର ଲୋୟର ବସଷ୍ଟାଣ୍ଡ ସ୍ଥିତ ଲକ୍ଷ୍ମୀ କମ୍ପେ୍ଲକ୍ସ ପରିସରରେ ପୂଜା କମିଟି ପକ୍ଷରୁ ଦୀର୍ଘ ୨୫ ବର୍ଷରୁ ଉର୍ଦ୍ଧ୍ୱ ଧରି ମା ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମରେ ପାଳନ କରାଯାଉଛି । ଚଳିତ ବର୍ଷ ମା ଗଜଲକ୍ଷ୍ମୀଙ୍କ ପୂଜାକୁ ଧୁମଧାମରେ ପାଳନ କରିବା ନିମନ୍ତେ ପୂଜା କମିଟି ପକ୍ଷରୁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି।  କର୍ମକାଣ୍ଡ ବିଶେଷଜ୍ଞ ତଥା ପଣ୍ଡିତ ସରୋଜ କୁମାର ଶତପଥିଙ୍କ ଦ୍ୱାରା ବିଭିନ୍ନ ପୂଜା ପାଠ ଅନୁଷ୍ଠିତ ହୋଇଥିଲା । ଏହି ଅବସର ରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ , ଓକିଲ ସଂଘ ର ସଭାପତି ପ୍ରଦୀପ କୁମାର ପାଢ଼ୀ, ଶ୍ରମିକ ନେତା ଏନ. ଦୁର୍ଯ୍ୟୋଧନ ରେଡ୍ଡୀ ପ୍ରମୂଖ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ସାମ୍ବାଦିକ ଏବଂ ପୂଜା କମିଟିର ସମସ୍ତ କର୍ମକର୍ତ୍ତା ଏବଂ ବହୁ ସଦସ୍ୟ ମାନେ ଉପସ୍ଥିତ ଥିଲେ ।ଆସନ୍ତା ୧୫ ତାରିଖ ଦିନ ସନ୍ଧ୍ୟା ସମୟରେ ଜଳଯାତ୍ରା ଓ ଅଙ୍କୁରା ରୋପଣ, ୧୬ ତାରିଖ ଦିନ ସାଢେ ୧୦ଟାରେ କାର୍ଯ୍ୟାରମ୍ଭ ଓ ୨୨ ତାରିଖ ଦିନ ୧.୧୫ ମିନିଟ୍ ସମୟରେ ପୂର୍ଣ୍ଣାହୁତି ହେବା ନିମନ୍ତେ ସମୟ ଧାର୍ଯ୍ୟ କରାଯାଇଛି । ଏହି ପୂଜା ୭ ଦିନ ଧରି ଚାଲିବାକୁ ଥିବା ବେଳେ ପ୍ରତିଦିନ ମା ଗଜଲକ୍ଷ୍ମୀଙ୍କ ସକାଳ ଆରତୀ ସହିତ ପୂଜାର୍ଚ୍ଚନା ଓ ସନ୍ଧ୍ୟା ଆଳତୀ କରାଯିବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ମିଳିଛି ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories