www.samajalive.in
Sunday, December 7, 2025
13.1 C
Bhubaneswar

ଲକ୍ଷ୍ମୀପୁର ବିଧାୟକଙ୍କ ସମୀକ୍ଷା ବୈଠକ

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା ଲକ୍ଷ୍ମୀପୁର ବ୍ଳକରେ ବିଭିନ୍ନ ବିଭାଗର ସମୀକ୍ଷା କରିଛନ୍ତି। ବିଧାୟକ ଭାବେ ନିର୍ବାଚିତ ହେବା ପରେ ଏହା ଶ୍ରୀ ସାଉନ୍ତାଙ୍କ ପ୍ରଥମ ସମୀକ୍ଷା ବୈଠକ। ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ଓ ଯନ୍ତ୍ରୀମାନେ ଯୋଗଦେଇ ଥିଲେ। ବିଶେଷକରି ବିଭାଗ ଗୁଡିକ ଦ୍ବାରା କଣ କଣ କାର୍ଯ୍ୟ ହୋଇଛି ଓ ହେଉଛି ସେ ସମ୍ପର୍କରେ ପଚାରି ବୁଝିଥିଲେ। ଉକ୍ତ ବ୍ଲକଟି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ସରକାରଙ୍କ ଯୋଜନା କିପରି ଲୋକମାନଙ୍କ ନିକଟରେ ପହଞ୍ଚି ପାରିବ ଏବଂ ଲୋକମାନେ କିପରି ତା’ର ସୁବିଧା ପାଇପାରିବେ ସେଥିପ୍ରତି ସମସ୍ତେ ଯତ୍ନବାନ ହେବାକୁ ବିଧାୟକ ପରାମର୍ଶ ଦେଇଥିଲେ। ଏଥିସହିତ କୌଣସି କ୍ଷେତ୍ରରେ ଯେପରି ହଇରାଣ ହରକତ କରାନଯାଏ ସେ ନେଇ ଉଚ୍ଚ ଅଧିକାରୀ ମାନେ ଧ୍ୟାନ ଦେବାକୁ କହିଥିଲେ। ବୈଠକରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଓ୍ବାଇ କୁଲେସିକା , ଗୋଷ୍ଠୀ ଊନ୍ନୟନ ଅଧିକାରୀ ଗୁରେଶ୍ବର ଭୋଇଙ୍କ ସମେତ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଆରତୀ କୁଲଦୀପ , ସହକାରୀ ନିର୍ବାହୀ ଯନ୍ତ୍ରୀ ଏମ ପବନ କୁମାର , ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସୁଧୀର କୁମାର ବେହେରା, ମଣ୍ଟି ଖରା ପ୍ରମୁଖ ଯୋଗ ଦେଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories