www.samajalive.in
Monday, December 15, 2025
15.1 C
Bhubaneswar

ମାଟି ଲଗ୍ନା ସାହିତ୍ୟ ସଂସଦ, ଓଡିଶା ପକ୍ଷରୁ ଲକ୍ଷ୍ମୀପୁର ବ୍ଲକରେ ଛାତ୍ର ମେଧା ସମ୍ମାନ

ଲକ୍ଷ୍ମୀପୁର: ମାଟି ଲଗ୍ନା ସାହିତ୍ୟ ସଂସଦ, ଓଡିଶାର ମୂଖ୍ୟ କାର୍ଯ୍ୟାଳୟ ମାଲକାନଗିରି ପକ୍ଷରୁକୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ସାଙ୍ଗାନ୍ନା ଉଚ୍ଚବିଦ୍ୟାଳୟରେ ସମସ୍ତ ଉଚ୍ଚବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କୁ ନେଇ ମେଧା ସମ୍ମାନ ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ଗୋପାଳ ମଣ୍ଡଳ ଏଥିରେ ସଭାପତିତ୍ବ କରିଥିଲେ। ଏଠାରେ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ କୈଳାସ ଚନ୍ଦ୍ର ବେହେରା, ମାଟି ଲଗ୍ନାର ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିଲା ବେଳେ ମୁଖ୍ୟ ବକ୍ତା ଭାବେ ଡଃ ମହାଦେବ ଶତପଥୀ ଯୋଗ ଦେଇଥିଲା ବେଳେ ଅନ୍ୟତମ ଅତିଥି ଭାବେ ସମ୍ପାଦକ ଡଃ କିଶୋର ଚନ୍ଦ୍ର ସାହୁ ଯୋଗ ଦେଇଥିଲେ। ଓଡ଼ିଆ ସାହିତ୍ୟର ଅଗ୍ରଗତି ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଉପସ୍ଥିତ ବକ୍ତା ମାନେ ମତ ପ୍ରକାଶ କରିଥିଲେ। ଓଡ଼ିଆ ଭାଷାରେ ବକ୍ତୃତା, କବିତା ଆବୃତ୍ତି, ସାଧାରଣ ଜ୍ଞାନ, ନୃତ୍ୟ – ଗୀତ ପ୍ରତିଯୋଗିତା କରାଯାଇ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇ ଉତ୍ସାହିତ କରାଯାଇଥିଲା। ଗୋଲକ ଚନ୍ଦ୍ର ଲେଙ୍କା ମଞ୍ଚ ପରିଚାଳନା କରିଥିବା ବେଳେ ଏ. ରମେଶ କୁମାର ଓ ଶ୍ରୀବତ୍ସବ ଖରା ଏଥିରେ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories