www.samajalive.in
Tuesday, December 9, 2025
23.1 C
Bhubaneswar

ବାବା ସାହେବ ଭାରତରତ୍ନ ଡଃ ବିଆର ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ଲକ୍ଷ୍ମୀପୁର:ଲକ୍ଷ୍ମୀପୁର ସଦର  ମହକୁମାରେ  ଭାରତରତ୍ନ ଡ଼ଃ ବି. ଆର୍‌. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ତାଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରା ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଉକ୍ତ ସମାରୋହରେ ମୁଖ୍ୟ ଅତିଥି ଭାବେ  ବିଜେଡ଼ି ଲୋକସଭା ପ୍ରାର୍ଥୀ କୌଶଲ୍ୟା ହିକକା ଯୋଗଦେଇ ଥିବା ବେଳେ ପ୍ରତିଷ୍ଠାତା ସଭାପତି ଶିକ୍ଷାବିତ୍ ରବୀନ୍ଦ୍ର ନାଥ ଖୋସ୍ଲା ଅଧ୍ୟକ୍ଷତା କରିଥିଲେ । ଅବର ପ୍ରାପ୍ତ ଶିକ୍ଷକ ବଳଭଦ୍ର ଖରା ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଥିଲେ।

ସାଙ୍ଗାନ୍ନା ଉଚ୍ଚବିଦ୍ୟାଳୟର ଶତାଧିକ ଛାତ୍ରୀ ଏଠାରେ ଯୋଗଦେଇଥିଲେ। ମଞ୍ଚାସୀନ ଅତିଥିବୃନ୍ଦ ଦେଶ ପାଇଁ ଆମ୍ବେଦକରଙ୍କ ଉତ୍ସର୍ଗୀକୃତ ଅବଦାନ ଓ ତାଙ୍କର ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ। ଶିକ୍ଷକ ଲାବଣ୍ୟ ହାଲବା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ରମାକାନ୍ତ ବାଘ ମଞ୍ଚ ସଜ୍ଜା କରିଥିଲେ । ଏଠାରେ ବହୁ ସଂଖ୍ୟାରେ ଆମ୍ବେଦକର ପ୍ରେମୀ ଯୋଗଦେଇଥିଲେ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories