www.samajalive.in
Tuesday, December 9, 2025
17.1 C
Bhubaneswar

ନିମ୍ନମାନର ଖାଦ୍ୟ ଦେବା ଘଟଣା; ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ପାଇଁ ନିର୍ଦେଶ 

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ଓଡ଼ିଆପେଣ୍ଠ ପଞ୍ଚାୟତର ଧରଡ଼ାଠାରେ ଥିବା ଶିକ୍ଷା ବିଭାଗ ଦ୍ବାରା ପରିଚାଳିତ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀମାନଙ୍କୁ ନିମ୍ନ ମାନର ଖାଦ୍ୟ ଦେବା ଘଟଣାରେ ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ପାଇଁ ନିର୍ଦେଶ ଦିଆଯାଇଛି। ଏହି ଅଭିଯୋଗରେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଭାତୀ ଖୋସ୍ଲାଙ୍କୁ ଗତ ୧୭ ତାରିଖରେ ନିଲମ୍ବନ କରାଯାଇଥିଲା। ଏଠାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମିଶାଇ ମୋଟ ୧୪ ଜଣ ଶିକ୍ଷକ/ଶିକ୍ଷୟିତ୍ରୀ କାର୍ଯ୍ୟରତ। ଏମାନଙ୍କ ମଧ୍ୟରୁ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ୧୩ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଭଳି ଘଟଣା ଜିଲାରେ ପ୍ରାୟତଃ ଲାଗି ରହିଥିବାବେଳେ ସ୍ଥାନୀୟ ବିଧାୟକଙ୍କ ପ୍ରତ୍ୟକ୍ଷ ଅଭିଯୋଗ ପରେ ଜିଲାପାଳ ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ଯେଉଁଥିପାଇଁ ଜିଲାପାଳଙ୍କ ପରାମର୍ଶକ୍ରମେ ସମସ୍ତଙ୍କ ଦରମା ବନ୍ଦ କରିବା ପାଇଁ ଜିଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ନିର୍ଦେଶ ଦେଇଥିବା ଜଣାପଡିଛି। ଏନେଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରିୟମ୍ବଦା ପାତ୍ରଙ୍କୁ ପଚାରିବାରୁ ନିର୍ଦ୍ଦେଶ ଆସିଥିବା କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories