www.samajalive.in
Sunday, December 14, 2025
26.1 C
Bhubaneswar

ସ୍ଥାୟୀ ଲୋକ ଅଦାଲତ ; ଆଇନ ସଚେତନତା ଶିବିର

କେନ୍ଦୁଝରଗଡ଼ : ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଦର ବ୍ଲକ ନରଣପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ସ୍ଥାୟୀ ଲୋକ ଅଦାଲତ, ଜନ ଉପଯୋଗିତା, ତଫସିଲଭୁକ୍ତ ଜାତି ଓ ଉପଜାତି ଅଧିନିୟମ ସମ୍ପର୍କିିତ ଆଇନ ସଚେତନତା ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଓ ଦୌରାଜଜ୍‌‌ ଚିତ୍ତରଞ୍ଜନ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ଶିବିରରେ ସ୍ଥାୟୀ ଲୋକ ଅଦାଲତ ଅଧ୍ୟକ୍ଷ ବିଜୟ କୁମାର ମିଶ୍ର, ପ୍ରାଧିକରଣ ସଚିବ ମାମୀ ବେହେରା, ସଦର ଏସ୍‌‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାଗବତ ନାଏକ ପ୍ରମୁଖ ଯୋଗଦେଇ ନିଜ ନିଜର ମତବ୍ୟକ୍ତ କରିବା ଅବସରରେ ସ୍ଥାୟୀ ଲୋକ ଅଦାଲତର ସମସ୍ତ କାର୍ଯ୍ୟକ୍ରମ ଜନସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ଓ ତାହା ତାଙ୍କ କଲ୍ୟାଣରେ ସାଧିତ ହୋଇପାରିଲେ ସରକାରଙ୍କ ଯୋଜନା ସଫଳ ହୋଇପାରିବ ବୋଲି କହିଥିଲେ। ଏଥିସହ ତଫସିଲଭୁକ୍ତ ଜାତି ଓ ଉପଜାତିଙ୍କ କଲ୍ୟାଣ ନିମିତ୍ତ ଅଧିନିୟମକୁ ସମସ୍ତବର୍ଗର ଲୋକମାନେ ଅବଗତ ହେଲେ ତାହା ସେମାନଙ୍କ ହିତ ସାଧନରେ ବିଶେଷ ସହାୟକ ହୋଇପାରିବ ବୋଲି କହିଥିଲେ। ନରଣପୁର ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଶତାଧିକ ମହିଳା ଓ ପୁରୁଷ ଯୋଗଦେଇ ସରକାରଙ୍କ ବିଭିନ୍ନ ଆଇନ ସମ୍ପର୍କରେ ଅବଗତ ହେବାସହ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories