ମତଦାନ ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ଛୁଟି

  • ନିର୍ବାଚନକାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କପାଇଁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି
  • ଅବସ୍ଥାପିତ ନିଜ ମୁଖ୍ୟ କାର୍ୟ୍ୟାଳୟ ଠାରୁ ଦୂରସ୍ଥାନରେ ମତାଧିକାର ସାବ୍ୟସ୍ତକ ରିବାକୁ ପଡୁଥିବା ସରକାରୀ କର୍ମଚାରୀଙ୍କୁ୨ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି 

ଭୁବନେଶ୍ୱର : ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନ ସଭା ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ୟ୍ୟ କଷ୍ଟକର ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ,୨୦୨୪ କାର୍ୟ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବ।

ସେମାନଙ୍କୁ କ୍ୟାଲେଣ୍ଡର ବର୍ଷରେ ସାଧାରଣତଃ ଗ୍ରହଣୀୟ ସାମୟିକ ଛୁଟି(କାଜୁଆଲ ଲିଭ୍)  ଏବଂ ସ୍ୱତନ୍ତ୍ର ଛୁଟି(ସ୍ପେସାଲ ସିଏଲ) ବ୍ୟତୀତ ଏହି ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବା ପାଇଁ ସରକାରଙ୍କ ତରଫରୁ ଅନୁମତି ପ୍ରଦାନ କରାଯାଇଛି । ଏସମ୍ପର୍କରେ ମୁଖ୍ୟ ଶାସନ ସଚିବପ୍ରଦୀପ କୁମାର ଜେନା ପତ୍ର ମାଧ୍ୟମରେ ସମସ୍ତ ବିଭାଗ ତଥା ବିଭାଗୀୟ ମୁଖ୍ୟମାନଙ୍କୁ ଜଣାଇଛନ୍ତି । ପ୍ରଶାସନିକ ସୁବିଧାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ କାର୍ୟ୍ୟାଳୟ ମୁଖ୍ୟଙ୍କ ବିଚାର ଓ ନିଷ୍ପତ୍ତି ଆଧାରରେ ଏହି ଛୁଟି ପ୍ରଦାନ କରାଯିବ।

ତଦନୁସାରେ ସମସ୍ତ ଅଧସ୍ତନ କାର୍ୟ୍ୟାଳୟଗୁଡିକୁ ମଧ୍ୟ ଅବଗତକରାଯିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ଏହି ମର୍ମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ତରଫରୁ ମଧ୍ୟ ରାଜ୍ୟର ସମସ୍ତ ରାଜସ୍ୱ ଆୟୁକ୍ତ (ଆରଡିସି) ଏବଂ ସମସ୍ତ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳମାନଙ୍କ ଅବଗତି ଓ କାର୍ୟ୍ୟାନୁଷ୍ଠାନ ନିମନ୍ତେ ଅବଗତ କରାଯାଇଛି ।
ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାଧିକାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି । ଓଡ଼ିଶାରେ ଆାଗାମୀ ୧୩.୦୫.୨୦୨୪ (ସୋମବାର), ୨୦.୦୫.୨୦୨୪ (ସୋମବାର), ୨୫.୦୫.୨୦୨୪ (ଶନିବାର) ଏବଂ୦୧.୦୬.୨୦୨୪ (ଶନିବାର) ରେ ପର୍ଯ୍ୟାୟକ୍ରମେ ମତଦାନ ଅନୁଷ୍ଠିତ ହେଉଥିବାରୁ ଚଳିତ ସାଧାରଣ ନିର୍ବାଚନ-୨୦୨୪ରେ ମଧ୍ୟ ସମାନ ସୁବିଧା ମିଳିବ ବୋଲି ନିଷ୍ପତ୍ତି ନିଆଯାଇଛି। ମତଦାନ ଦିନ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ସରକାରୀ ଛୁଟି ଘୋଷଣା କରାଯାଇଛି । କିନ୍ତୁ ସରକାରୀ କର୍ମଚାରୀ, ଯେଉଁମାନେ ସେମାନଙ୍କ ମତଦାନ କେନ୍ଦ୍ରଠାରୁ ଦୂରରେ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି, ସେମାନଙ୍କୁ ଭୋଟ୍ ଦେବା ପାଇଁ ସେଠାକୁ ଯିବାକୁ ପଡୁଥିବାରୁ ଉପରୋକ୍ତ ଦିବସଗୁଡିକରେ କର୍ମଚାରୀମାନଙ୍କୁ ଆବଶ୍ୟକ ସ୍ଥଳେ ଦୁଇ ଦିନ (ମତଦାନର ପୂର୍ବ ଦିନ ଏବଂ ମତଦାନ ପରବର୍ତ୍ତୀ ଦିନ) ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ଅନୁମତି ପ୍ରଦାନ କରାଯିବାକୁ ଏ ସଂକ୍ରାନ୍ତରେ ମଧ୍ୟ ମୁଖ୍ୟ ଶାସନ ସଚିବ ପତ୍ର ପ୍ରେରଣ କରିଛନ୍ତି ।

ଯେଉଁ କର୍ମଚାରୀମାନେ କାର୍ୟ୍ୟରତ ମୁଖ୍ୟାଳୟଠାରୁ ଦୂରରେ ଥିବା ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଚାହୁଁଛନ୍ତି, କିନ୍ତୁ ସେଦିନ ସେମାନଙ୍କର କାର୍ୟ୍ୟାଳୟ ଥିବା ନିର୍ବାଚନ ମଣ୍ଡଳୀରେ ମତଦାନ ହେଉନଥିବାରୁ ଛୁଟି ପାଉନାହାଁନ୍ତି, ସେମାନଙ୍କୁ ମତଦାନ ପରବର୍ତ୍ତୀ ଦିନ ଆଉ ଗୋଟିଏ ଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ପ୍ରଦାନ କରାଯିବ। ମଞ୍ଜୁର ହେବାକୁ ଥିବା ଛୁଟି ଗୁଡିକୁ ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ, ଯାହା କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ସାଧାରଣତଃ ଗ୍ରହଣୀୟ ୧୫ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧିକୁ ହିସାବରେ ବିଚାରକୁ ନିଆଯିବ ନାହିଁ। ଏ ସଂପର୍କରେ ନିର୍ଦ୍ଦିଷ୍ଟ ନିର୍ବାଚନ ମଣ୍ଡଳୀ ଆଧାରରେ କର୍ମଚାରୀଙ୍କ ଲିଖିତ ଆବେଦନକୁ ବିଚାରକୁ ନେବା ପାଇଁ ଯଥେଷ୍ଟ ହେବ।

ସରକାରୀ କାର୍ୟ୍ୟରେ କ୍ଷତି ନ ପହଞ୍ଚାଇ କର୍ମଚାରୀମାନଙ୍କୁ କିପରି ଛୁଟି ପ୍ରଦାନ କରାଯାଇ ପାରିବ, ସେ ସମ୍ପର୍କରେ ଛୁଟି ମଞ୍ଜୁରକାରୀ କର୍ତ୍ତୃପକ୍ଷ ଧ୍ୟାନ ଦେବେ । ସାଧାରଣତଃ କର୍ମଚାରୀମାନେ ସେମାନଙ୍କ ମତାଧିକାର ପ୍ରୟୋଗରେ ଯେପରି ଅସୁବିଧାରସମ୍ମୁଖୀନନ ହେବେ , ସେ ସଂପର୍କରେ ଦୃଷ୍ଟି ଦେବାକୁ ସବୁ ବିଭାଗୀୟ ମୁଖ୍ୟ, ସମସ୍ତ ସରକାରୀ ଉଦ୍ୟୋଗ, ନିଗମ ଓ ବୋର୍ଡର କର୍ତ୍ତୃପକ୍ଷମାନଙ୍କୁ ଉପରୋକ୍ତ ମର୍ମରେ ପତ୍ର ପ୍ରେରଣ କରାଯିବା ସହ ସେହି ଅନୁଯାୟୀ ସବ୍-ଅର୍ଡିନେଟ୍ ଅଫିସଗୁଡ଼ିକୁ ମଧ୍ୟ ଅବଗତ କରାଯିବା ସଂପର୍କରେ ପତ୍ରରେ ଉଲ୍ଲେଖ ରହିଛି ।
୦୨୪

Comments are closed.