www.samajalive.in
Wednesday, December 10, 2025
23.1 C
Bhubaneswar

ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ

କଟକ: ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ମୃତ୍ୟୁବେଳକୁ ଜୟନ୍ତ ମହାପାତ୍ରଙ୍କୁ ୯୫ ବର୍ଷ ହୋଇଥିଲା।

ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ନିମୋନିଆରେ ଆକ୍ରାନ୍ତ ହେବା ସହ ସ୍ନାୟୁ ରୋଗରେ ପୀଡିତ ହୋଇଥିଲେ। ଅଗଷ୍ଟ ୪ରେ ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ ତାଙ୍କୁ କଟକ ଏସସିବିକୁ ଅଣାଯାଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା। ଗତକାଲି ରାତିରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ତାଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି ।

- Advertisement -

ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ଉଭୟ ଓଡିଆ ଇଂରାଜୀରେ କବିତା ସଂକଳନ ସହ ଗପ ବହି, ଆତ୍ମଜିବନୀ ପାହିନି ରାତି ଓଡିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଥିଲା। ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉତ୍କଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନୀତି କରାଯାଇଥିଲା।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories