www.samajalive.in
Sunday, December 7, 2025
13.1 C
Bhubaneswar

ଲତା ମଙ୍ଗେସକରଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୋକ ପ୍ରକାଶ କରିଛନ୍ତି । ତାଙ୍କର ସ୍ୱର ଅମର ରହିବ । ଏହିପରି କଳାକାର ଶତାବ୍ଦୀରେ ଥରେ ଜନ୍ମ ହୁଅନ୍ତି । ଲତା-ଦିଦି ଜଣେ ଅସାଧାରଣ ମଣିଷ ଥିଲେ । କଳାରେ ପରିପୂର୍ଣ୍ଣ ଥିଲେ ଲତା ମଙ୍ଗେସକର । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଶୋକ
ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍‍ ମାଧ୍ୟମରେ କହିଛନ୍ତି ସମୟ ସମୟରେ ଲତା ଦିଦିଙ୍କ ସ୍ନେହ ଏବଂ ଆଶୀର୍ବାଦ ପାଇ ମୁଁ ନିଜକୁ ଭାଗ୍ୟବାନ ମନେ କରେ । ତାଙ୍କର ଅପୂର୍ବ ଦେଶପ୍ରେମ ଓ ସୁନ୍ଦର ଗୀତ ସର୍ବଦା ଆମ ଭିତରେ ରହିବ । ମୁଁ ତାଙ୍କ ପରିବାର ଏବଂ ଅସଂଖ୍ୟ ପ୍ରଶଂସକଙ୍କୁ ମୋର ସମବେଦନା ଜଣାଉଛି ।

- Advertisement -

କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ଶୋକ
କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ଟୁଇଟ୍ କରି ଏହାକୁ ଦେଶ ପାଇଁ ଏକ ବଡ କ୍ଷତି ବୋଲି ବର୍ଣ୍ଣନା କରିଛନ୍ତି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ସେ ଡାକ୍ତରଖାନାରେ ମଧ୍ୟ ପହଞ୍ଚିଥିଲେ ।

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଶୋକ
ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍‍ କରି ଦୁଃଖ ପ୍ରକାଶ କରିବା ସହ କହିଛନ୍ତି ଯେ, ସେ ଅନେକ ଦଶନ୍ଧି ଧରି ଭାରତର ସବୁଠାରୁ ପ୍ରିୟ ଗାୟୀକା ଥିଲେ । ତାଙ୍କର ସୁବର୍ଣ୍ଣ ସ୍ୱର ଅମର ଏବଂ ତାଙ୍କ ପ୍ରଶଂସକଙ୍କ ହୃଦୟରେ ସେ ସବୁବେଳ ଅମର ରହିବେ । ତାଙ୍କ ପରିବାର, ବନ୍ଧୁ ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା ବୋଲି ରାହୁଲ କହିଛନ୍ତି ।

କ୍ରିକେଟର ବୀରେନ୍ଦ୍ର ସେହୱାଗଙ୍କ ଶୋକ
ଲତା ମଙ୍ଗେସକରଙ୍କ ବିୟୋଗରେ ପୂର୍ବତନ କ୍ରିକେଟର ବୀରେନ୍ଦ୍ର ସେହୱାଗ ଶୋକ ପ୍ରକାଶ କରିଛନ୍ତି । ନିଜ ଟ୍ୱିଟରରେ ଲତାଙ୍କ ପରଲୋକକୁ ନେଇ ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ଓ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି । ଏଥିସହ ସେ କହିଛନ୍ତି ଏମିତି ଏକ ସ୍ୱର ଯାହା ବିଶ୍ୱର କୋଟିକୋଟି ଲୋକଙ୍କୁ ଖୁସି ଦେଇଥିଲା । ସେ ସ୍ୱର ଆଜି ନୀରବି ଯାଇଛି ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories