www.samajalive.in
Sunday, December 7, 2025
18.1 C
Bhubaneswar

ରାଜ୍ୟରେ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ଜଙ୍ଗଲ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ପତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର :  ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ହସ୍ତକ୍ଷେପ କରିବା ତଥା ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ପୃଥକ ପୃଥକ ପତ୍ର ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାରେ ଦିନକୁ ଦିନ ବଢ଼ି ଚାଲିଥିବା ହାତୀ ମୃତ୍ୟୁ ତଥା ହାତୀ-ମଣିଷ ସଂଘର୍ଷ ଆଜି ଆମ ପାଇଁ ସବୁଠାରୁ ବଡ଼ ଆହ୍ୱାନ ପାଲଟିଛି । ଗତ ଏକ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ୭୮୪ଟି ହାତୀ ପ୍ରାଣ ହରାଇବା ଦୁର୍ଭାଗ୍ୟର ବିଷୟ। ଏଥି ମଧ୍ୟରୁ କେବଳ ଗତ ତିନି ବର୍ଷ ଭିତରେ ୨୪୫ଟି ହାତୀଙ୍କର ମୃତ୍ୟୁ ଘଟିଛି । ପ୍ରତିବର୍ଷ ହାରାହାରି ୮୦ଟି ହାତୀଙ୍କ ମୃତ୍ୟୁ ଘଟୁଛି।  ଚଳିତ ବର୍ଷ କେବଳ ମାର୍ଚ୍ଚ ମାସରେ ସାତଟି ହାତୀ ମୃତ୍ୟୁ ମୁଖରେ ପଡ଼ିଛନ୍ତି, ଯାହା ଗତ ତିନି ବର୍ଷ ମଧ୍ୟରେ ସର୍ବାଧିକ। ଅଧିକାଂଶ ହାତୀ ବିଦ୍ୟୁତ୍ ଆଘାତ, ରୋଗ ଅଥବା ଟ୍ରେନ, ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଶିକାର ହେବା ପରିତାପର ବିଷୟ ।

- Advertisement -

ହାତୀ ଓ ହଜାର ହଜାର ବନ୍ୟପ୍ରାଣୀଙ୍କର ମଧ୍ୟ ଏହିଭଳି ଅଭାବନୀୟ ମୃତ୍ୟୁ ଘଟୁଛି । ୨୦୧୭ -୧୮ରୁ ୨୦୨୧-୨୨ରୁ ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୪୧୬ଟି ହାତୀଙ୍କୁ ମିଶାଇ ସମୁଦାୟ ୨,୭୭୬ଟି ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି। ସେହିପରି, ହାତୀ-ମଣିଷ ସଂଘର୍ଷ ବେଳକୁ ବେଳ ଉତ୍କଟ ହେବାରେ ଲାଗିଛି । ଆମ ରାଜ୍ୟରେ ହାତୀ ଆକ୍ରମଣରେ ୬୬୯ ଜଣ ଲୋକ ଓ ୭୪୧ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ୯,୧୫୧ଟି ବାସଗୃହ କ୍ଷତିଗ୍ରସ୍ତ ହୋଇଛି । ହାତୀ ହେଉଛି ଆମର ପରିବେଶ ସନ୍ତୁଳନ, ସାଂସ୍କୃତିକ ଐତିହ୍ୟ ଏବଂ ଓଡ଼ିଶାରର ସାମଗ୍ରିକ ପରିଚୟର ଅବିଚ୍ଛେଦ୍ୟ ଅଙ୍ଗ । ତେଣୁ ହାତୀମାନଙ୍କର ସୁରକ୍ଷା ଓ ସଂରକ୍ଷଣ ଅତ୍ୟନ୍ତ ଜରୁରୀ ହୋଇପଡ଼ିଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଭାରତ ସରକାର ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ନିଜର ଦୃଢ଼ ପ୍ରତିବଦ୍ଧତା ଦେଖାଇ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜ ‘ମନ୍ କୀ ବାତ୍’ରେ ହାତୀଙ୍କ ଗୁରୁତ୍ୱ ଓ ସେମାନଙ୍କ ସଂରକ୍ଷଣ ଉପରେ ବାରମ୍ବାର ଆଲୋକପାତ କରି ଆସୁଛନ୍ତି। ହାତୀମାନଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷିତ ଅଞ୍ଚଳ ନେଟୱର୍କର ସମ୍ପ୍ରସାରଣ ଏବଂ ‘ପ୍ରୋଜେକ୍ଟ ଏଲିଫେଣ୍ଟ’ ଆରମ୍ଭ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପ୍ରୟାସ ହିଁ ଗଜରାଜଙ୍କ ସୁରକ୍ଷାର ଏକ ଶକ୍ତ ମୂଳଦୁଆ ପକାଇଛି । ତେଣୁ କେନ୍ଦ୍ର ସରକାରଙ୍କ ପରି ସାରା ଓଡ଼ିଶାରେ ହାତୀର ସୁରକ୍ଷିତ ତଥା ଅବାଧ ବିଚରଣକୁ ସୁନିଶ୍ଚିତ କରିବା ରାଜ୍ୟ ସରକାରଙ୍କ ସମୟୋଚିତ ହସ୍ତକ୍ଷେପ ଗ୍ରହଣ ଅତି ଜରୁରୀ । ହାତୀଙ୍କ ସୁରକ୍ଷା ତଥା ସଂରକ୍ଷଣ ଦିଗରେ ଯଥାଶୀଘ୍ର ଦୃଢ଼ ପଦକ୍ଷେପ ନେବା ପାଇଁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories