www.samajalive.in
Saturday, December 6, 2025
26.1 C
Bhubaneswar

ବଜ୍ରାଘାତରେ ୨ ମୃତ,୨ ଆହତ

ବାଣପୁର  : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେଏକ ଦୁଃଖଦ ଘଟଣା କ୍ରମରେ ପୃଥକ ପୃଥକ ସ୍ଥାନରେ ବଜ୍ରାଘାତରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।  ମୃତକ ଦ୍ବୟ ହେଲେ ନୀଳାଦ୍ରି ପ୍ରସାଦ ପଞ୍ଚାୟତ ଅରାଙ୍ଗ ଗ୍ରାମ ଭୋଇ ସାହିର ଗୋଲଖ ରଣସିଂହଙ୍କ ପୁଅ ରଞ୍ଜତ ରଣସିଂହ(୨୨) ଏବଂ ଦାମିଆ ବରବରା ପଞ୍ଚାୟତ କଦମଝୋଲା ଗ୍ରାମର ଭିକାରି ଶବରଙ୍କ ପୁତ୍ର ଅମର ଶବର(୧୨)।

ଶନିବାର ଅପରାହ୍ନରେ ବାଣପୁର ଅଞ୍ଚଳରେ ବଜ୍ରାଘାତ ହୋଇଥିଲା ।ଏହି ସମୟରେ ଅରାଙ୍ଗ ଗ୍ରାମ ବିଲରେ ରଞ୍ଜତ ତାଙ୍କ ୩ ଜଣ ସାଙ୍ଗଙ୍କ ସହ ଥିବା ବେଳେ ସମସ୍ତେ ବଜ୍ରାଘାତର ଶିକାର ହୋଇଥିଲେ। ଫଳରେ ରଞ୍ଜତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନୁରୂପ ଭାବେ କଦମଝୋଲା ଗ୍ରାମର ଅମର ମଧ୍ୟ ସେହି ସମୟରେ ବର୍ଷା ନିମନ୍ତେ ସଡ଼କ କଡରେ ଛିଡା ହୋଇଥିବା ବେଳେ ସେ ମଧ୍ୟ ବଜ୍ରାଘାତର ଶିକାର ହୋଇଥିଲେ।

- Advertisement -

ପରିବାରବର୍ଗ ତାଙ୍କୁ ଗୁରୁତର ଭାବେ ବାଣପୁର ମେଡିକାଲକୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ବଜ୍ରାଘାତ ଯୋଗୁଁ ଦୁଇ ଦୁଇଟି ଅମୁଲ୍ୟ ଜୀବନ ଚାଲିଯାଇଥିବା ବେଳେ ମେଡିକାଲ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଓ ବାଣପୁର ପୁଲିସ ମେଡିକାଲ ପରିସରରେ ଉପସ୍ଥିତ ଅଛନ୍ତି। ତେବେ ରଞ୍ଜତଙ୍କ ଦୁଇ ସାଙ୍ଗ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସେମାନେ ହେଲେ ସଞ୍ଜୟ ନାୟକ(୩୨) ଏବଂ ପ୍ରଶାନ୍ତ ନାୟକ(୨୯)।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories