www.samajalive.in
Saturday, December 13, 2025
21.1 C
Bhubaneswar

ଆଜି ଲଘୁଚାପ ; ଏପର୍ଯ୍ୟନ୍ତ ଓଡ଼ିଶାକୁ ଭୟ ନାହିଁ

ଭୁବନେଶ୍ବର :  ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଶନିବାର ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ସୋମବାର ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇପାରେ। ସମ୍ଭାବ୍ୟ ଅବପାତ ଅଧିକ ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ। କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟାର ଗତିପଥ, ତୀବ୍ରତା ଏବଂ ସ୍ଥଳଭାଗ ଛୁଇଁବା ଉପରେ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଆକଳନ କରାଯାଇନାହିଁ। ସୋମବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତିପଥ, ତୀବ୍ରତା ଏବଂ ସ୍ଥଳଭାଗ ଛୁଇଁବା ଉପରେ ବିସ୍ତୃତ ତଥ୍ୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯିବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ଉପରେ ବିଭାଗ ନଜର ରଖିଥିବା ଭାରତୀୟ ପାଣିପାଗ ବିଭାଗ ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ଦ୍ବନ୍ଦ୍ବରେ ରହିଛି। ଏପରିସ୍ଥଳେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ପ୍ରାଥମିକ ଆକଳନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡିବାର ସମ୍ଭାବନା କମ। ବିଭିନ୍ନ ମଡେଲରୁ ଜଣାପଡୁଛି ଯେ, ବାତ୍ୟା ଉତ୍ତର-ପୂର୍ବ ଦିଗରେ ଗତିକରି ମିଆଁମାର ଏବଂ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପକୂଳକୁ ଗତି କରିବ, ତେଣୁ ଓଡ଼ିଶାରେ ବାତ୍ୟାର ଭୟ ବର୍ତ୍ତମାନ ପର୍ଯ୍ୟନ୍ତ ଦେଖାଯାଉ ନାହିଁ। ୧୦ ତାରିଖରେ ଲଘୁଚାପ ଅବପାତ ରୂପ ନେବା ସମ୍ଭାବନା ଥିବାବେଳେ ୧୧ରେ ବାତ୍ୟା ଏବଂ ୧୨ରେ ଭୀଷଣ ବାତ୍ୟାରେ ପରିଣତ ହୋଇପାରେ। ଏହି ସମୟରେ ଘଣ୍ଟା ପ୍ରତି ୮୮ରୁ ୧୧୦କିମି ବେଗରେ ପବନ ବହିପାରେ। ୧୩ ତାରିଖ ରାତିରେ ସମ୍ଭାବ୍ୟ ବାତ୍ୟା ଉତ୍ତର ମିଆଁମାର ଉପକୂଳରେ ସ୍ଥଳଭାଗ ଛୁଇଁବାର ଆକଳନ କରାଯାଉଛି।
ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୮ରୁ ୧୨ ତାରିଖ ମଧ୍ୟରେ ଆଣ୍ଡାମାନ ଓ ନିକୋବରରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ୮ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବହିପାରେ। ସ୍ଥଳବିଶେଷରେ ଏହି ପବନର ବେଗ ଘଣ୍ଟା ପ୍ରତି ୬୦କିମି ଛୁଇଁପାରେ। ୯ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୦ କିମିରୁ ୬୦କିମି ଛୁଇଁପାରେ। ୧୦ ଓ ୧୧ ତାରିଖରେ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗରରେ ପବନର ବେଗ ଘଣ୍ଟାପ୍ରତି ୬୦ କିମିରୁ ୭୦କିମିକୁ ବୃଦ୍ଧି ପାଇବ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସମୁଦ୍ର ଅଶାନ୍ତ ପଡିବ। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି। ୮ରୁ ୧୨ ତାରିଖ ମଧ୍ୟରେ ଆଣ୍ଡାମାନ ଓ ନିକୋବର ଅଞ୍ଚଳରେ ପର୍ଯ୍ୟଟକକୁ ବାରଣ କରାଯାଇଛି। ଲଘୁଚାପ ସୃଷ୍ଟି ହେବା ପରେ ଗତିପଥ ଓ ତୀବ୍ରତା ଉପରେ କିଛି ଆକଳନ କରାଯାଇ ପାରିବ ଓ ଅବପାତ ସମୟରେ ବାତ୍ୟାର ସମ୍ପୂର୍ଣ୍ଣ ଚିତ୍ର ସ୍ପଷ୍ଟ ଭାବେ ଆକଳନ କରାଯାଇ ପାରିବ ବୋଲି ପାଣିପାଗ ବିଶେଷଜ୍ଞ ମତ ଦେଇଛନ୍ତି ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories