www.samajalive.in
Monday, December 15, 2025
16.1 C
Bhubaneswar

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ମହୋତ୍ସବ : ଯୋଗଦେବେ ୭୦୦ରୁ ଅଧିକ କଳାକାର

ଭୁବନେଶ୍ବର :  ପ୍ରତିବର୍ଷ ପରି ଚଳିତ ବର୍ଷ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଦ୍ବାଦଶ ଲିଙ୍ଗରାଜ ମହୋତ୍ସବ ଆସନ୍ତା ୯ ରୁ ୧୪ ତାରିଖ ପର୍ଯ୍ୟନ୍ତ ୬ ଦିନ ବ୍ୟାପି ଚାଲିବ। ଏଥିରେ ୭ ଶହରୁ ଅଧିକ କଳାକାର ଯୋଗଦେବେ । ଓଡ଼ିଶାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦେବା ପାଇଁ ଓ ରଥଯାତ୍ରା ଲାଗି ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଅନୁଷ୍ଠାନର ସଭାପତି ତଥା ବରିଷ୍ଠ ବିଧାୟକ ସୁରେଶ କୁମାର ରାଉତରାୟ ଓ ସମ୍ପାଦକ ସନତ୍‌ ମିଶ୍ର ସୂଚନା ଦେଇଛନ୍ତି। ଚଳିତ ବର୍ଷ ଅଧିକ ପଡ଼ୋଶୀ ତଥା ଓଡ଼ିଶାର କଳାକାର ମାନେ ନୃତ୍ୟ ପରିବେଷଣ କରିବେ।

ଏହି ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଗୁରୁ ଗଜେନ୍ଦ୍ର ପଣ୍ଡା, ଗୁରୁ ପ୍ରତିଭା ପଣ୍ଡା, ଓଡ଼ିଶା କଳାବିକାଶ କେନ୍ଦ୍ରର ସୁନାମ ଧନ୍ୟ କଳାକାରମାନଙ୍କ ସହିତ, ଉତ୍କଳ ସଂଗୀତ ମହାବିଦ୍ୟାଳୟ କଳାକାରମାନେ ନୃତ୍ୟ ପରିବେଷଣ କରିବେ। ସେହିପରି କଲିକତାର ମିଲ୍ଲିଝୁଲି କଳାକେନ୍ଦ୍ର, ନିତିକା ଦଳ ଆକର୍ଷଣୀୟ ନୃତ୍ୟ ପ୍ରଦର୍ଶନ କରିବେ। ଏଥି ସହିତ ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଳାକରଙ୍କ ଦ୍ବାରା ଦୁଲଦୁଲି, ସମ୍ବଲପୁରୀ ନୃତ୍ୟ, ଘୋଡ଼ାନାଚ, ଛଉନୃତ୍ୟ, ଗୋଟିପୁଅ ନୃତ୍ୟ, ଓଡ଼ିଶୀ ନୃତ୍ୟ ଆଦି ବିଭିନ୍ନ ପ୍ରକାରର ନୃତ୍ୟ ପରିବେଷଣ କରାଯିବ ।

- Advertisement -

ଏହି ଉତ୍ସବ ଲାଗି ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ଓଡ଼ିଶା, ଭୁବନେଶ୍ୱର ମହାନଗର ନିଗମ, କେନ୍ଦ୍ର ପୂର୍ବାଞ୍ଚଳ ସାଂସ୍କୃତିକ (କଲିକତା) ସହାୟତା କରୁଛନ୍ତି

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories