www.samajalive.in
Sunday, December 7, 2025
26.1 C
Bhubaneswar

ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ; ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଅଚଳାବସ୍ଥା ଜାରି ରହିଥିବା ନେଇ ଆଜି ଖବର ମିଳିଛି। ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗର ଅସହଯୋଗ ଯୋଗୁଁ ନୀତିକାନ୍ତି ବନ୍ଦ ରହିଥିବା ଜଣାପଡିଛି। ଗତକାଲି ସନ୍ଧ୍ୟା ୫ଟାରୁ ନୀତିକାନ୍ତି ବନ୍ଦ ରହିଥିବା ବେଳେ ଆଜି ମଧ୍ୟ ନୀତି ଆରମ୍ଭ ହୋଇ ନାହିଁ। ଶୀତଳ ଷଷ୍ଠୀ ଥିବାରୁ ଦେବ ଦମ୍ପତିଙ୍କ ବିବାହ କାର୍ଯ୍ୟକୁ ନେଇ ଅନିଶ୍ଚିତତା ପରିସ୍ଥିତି। ଦୀର୍ଘ ୮ ବର୍ଷରୁ ଏହି ବିବାଦ ଥିଲେ ମଧ୍ୟ ନିଷ୍କର୍ସ ନ ବାହାରିବାରୁ ଅସନ୍ତୋଷ ପରିସ୍ଥିତି ବାରମ୍ବାର ଦେଖାଯାଉଛି। କପିଳନାଥ ନ ଆସିବାରୁ ଶୀତଳ ଷଷ୍ଠୀରେ କାର୍ଯ୍ୟ ବାଧା ହେଉଥିବା ନେଇ ସୂଚନା ମିଳିଛି। ବିବାଦ ନେଇ ମନ୍ଦିର ପ୍ରଶାସନର ପ୍ରତିକ୍ରିୟା ମିଳି ପାରିନାହିଁ। ବିବାଦ ସତ୍ତେ୍ୱ ଶ୍ରୀ ଲିଙ୍ଗରାଜଙ୍କ ସାହାଣମେଲା ଦର୍ଶନ ଚାଲିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories