www.samajalive.in
Monday, December 8, 2025
20.1 C
Bhubaneswar

ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ବନ୍ଦ

ଭୁବନେଶ୍ବର: ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ବନ୍ଦ। ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। କିଛି ସେବାୟତ କରୋନା ସଂକ୍ରମିତ ହେବାରୁ ଶ୍ରୀଲିଙ୍ଗରାଜଙ୍କୁ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ବନ୍ଦ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶ୍ରୀଲିଙ୍ଗରାଜ ମନ୍ଦିରରେ କେଳବ ସେବାୟତଙ୍କ ଦ୍ବାରା ନୀତିକାନ୍ତି କରାଯିବ। ପୂର୍ବ ନିଷ୍ପତ୍ତି ଅନୁସାରେ ମହାପ୍ରଭୁଙ୍କ ରୁକୁଣା ରଥ ଯାତ୍ରା ଅନୁଷ୍ଠିତ ହେବ। ମନ୍ଦିର ପ୍ରଶାସନ ପକ୍ଷରୁ ରଥଯାତ୍ରା ପରିଚାଳନା କରାଯିବ ବୋଳି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଶ୍ରୀଲିଙ୍ଗରାଜ ମନ୍ଦିରର ଏକାଧିକ ସେବାୟତ କରୋନା ଆକ୍ରାନ୍ତ ହେବା ପରେ ବିଏମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ଏବଂ ଆସନ୍ତାକାଲି ଲିଙ୍ଗରାଜ ମନ୍ଦିର ସାନିଟାଇଜ୍ କରାଯିବ ବୋଲି ସୂଚନା ଦିଆଯାଇଛି।


ଏପ୍ରିଲ୍‌ ୨୦(ମଙ୍ଗଳବାର)ରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ଟଣାଯିବ। ରଥଯାତ୍ରା ପୂର୍ବରୁ ଲିଙ୍ଗରାଜ ସେବାୟତମାନଙ୍କ କୋଭିଡ୍‌ ଟେଷ୍ଟ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗତକାଲି ୬୦ଜଣଙ୍କ କରୋନା ପରୀକ୍ଷା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୪ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ଆଜି ୧୮୫ ସେବାୟତଙ୍କ କୋଭିଡ୍‌ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରାଯାଇଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories